୧୫ରୁ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌, କୋହଳ ହେଲା ଏହି ସବୁ କଟକଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 13, 2020

୧୫ରୁ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌, କୋହଳ ହେଲା ଏହି ସବୁ କଟକଣା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଶେଷ ହେବ କେନ୍ଦ୍ର ସରକାରଙ୍କ ଦ୍ୱାରା ସାରା ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ୍‌ କଟକଣା। କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିବେ ନା ନାହିଁ, ସେ ନେଇ ଏଯାବତ୍ କିଛି ନିଷ୍ପତ୍ତି ନେଇ ନାହାନ୍ତି। ଅନ୍ୟପକ୍ଷରେ ଓଡ଼ିଶା ସରକାର ଏହି ଅବଧି ବଢ଼ାଇବା ପାଇଁ ନିଷ୍ପତ୍ତି ନେଇ ସାରିଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ, ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଏପ୍ରିଲ୍ ୧୫ ତାରିଖରୁ ଆରମ୍ଭ ହେବ। ଏହା ଏପ୍ରିଲ୍ ୩୦ ଯାଏ ଚାଲିବ। ତେବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ବେଳେ କିଛି କଟକଣାକୁ କୋହଲ କରାଯାଇଛି। ବିଶେଷ ଭାବେ ଏଥିରେ ଚାଷୀମାନଙ୍କୁ ଗୁରୁତ୍ୱ ଦିଆଯାଇଛି। ସେହିପରି କିଛି ନିର୍ମାଣ କାର୍ଯ୍ୟ ଉପରେ ମଧ୍ୟ କଟକଣା କୋହଳ କରାଯାଇଛି। ଆଜି ଭୁବନେଶ୍ୱରର ଗୀତଗୋବିନ୍ଦ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଏନେଇ ସମସ୍ତ ସୂଚନା ଦେଇଥିଲେ। ତାଙ୍କ ସୂଚନା ଅନୁଯାୟୀ କେଉଁ ସବୁ କାର୍ଯ୍ୟକୁ ଳକ୍‌ଡାଉନ୍‌ କଟକଣାରୁ ବାଦ୍ ଦିଆଯିବ, ତାହା ଜାଣି ନିଅନ୍ତୁ।

  • ଧାନ ବୁଣା, ତଳି ରୁଆ, ଫସଲ ଅମଳ କାର୍ଯ୍ୟକୁ ଅନୁମତି
  • ବିହନ ବୁଣା ଓ ବିହନ ପରିବହନକୁ ଅନୁମତି
  • ଚାଷ ପାଇଁ ବ୍ୟବହୃତ ଟ୍ରାକ୍ଟର ଚଲାଇବାକୁ ଅନୁମତି
  • କୃଷି ଯନ୍ତ୍ରପାତି ବିକ୍ରୟ ଓ ମରାମତି କେନ୍ଦ୍ର ଖୋଲା ରହିବ
  • ରାସାୟନିକ ସାର ଓ ଶୀତଳ ଭଣ୍ଡାର କେନ୍ଦ୍ର ଖୋଲା ରହିବ
  • କୃଷି କାର୍ଯ୍ୟ ପାଇଁ ମୋ ପୋଖରୀ ଖୋଳାରେ ଶ୍ରମିକ ଲାଗି ପାରିବେ
  • ଖରିଫ୍ ଋଣ ଯୋଗାଇ ଦେବା ପାଇଁ ସବୁ ବ୍ୟାଙ୍କ କାର୍ଯ୍ୟ କରିବେ, ଅଫିସ୍‌ ବି ଖୋଲା ରହିବ
  • ରବି ଧାନ ସଂଗ୍ରହ ପାଇଁ ୧୭/୧୮ ଜିଲ୍ଲାରେ ମଣ୍ଡି ଖୋଲା ରହିବ
  • ଗାଁରୁ ମଣ୍ଡି ଓ ମଣ୍ଡିରୁ ମିଲ୍‌କୁ ଧାନ ନେବା ପାଇଁ ଟ୍ରକ୍‌ ଓ ଟ୍ରାକ୍ଟର ଚାଲିପାରିବ
  • ଅଣ୍ଡା, ମାଛ, ମାଂସ, ଦୁଗ୍ଧ ଆଦି ଦ୍ରବ୍ୟର ପରିବହନ ଚାଲୁ ରହିବ
  • ମାଛ ଖାଦ୍ୟ, ପଶୁ ଖାଦ୍ୟ ଉତ୍ପାଦନ ଓ ପରିବହନ, ଯୋଗାଣ ଚାଲୁ ରହିବ
  • ପ୍ରାଣୀ ଚିକିତ୍ସାଳୟ ଓ ଟୀକା କରଣ କେନ୍ଦ୍ର ଖୋଲା ରହିବ
  • ପୋଖରୀ ମାଛ ଚାଷ, ମାଛ ଧରା, ସାମୁଦ୍ରିକ ମାଛ ଧରା ମଧ୍ୟ ଚାଲୁ ରହିବ
  • ମାଛ ଯାଆଁଳ ଉତ୍ପାଦନ, ମାଛ ଜାଲ କାରଖାନା ଚାଲୁ ରହିବ
  • ଗୋଶାଳା ଚାଲୁ ରହିବ, ବୁଲା ପଶୁଙ୍କୁ ଖାଦ୍ୟ ଯୋଗାଣ ଚାଲୁ ରହିବ
  • ମନରେଗା କାର୍ଯ୍ୟକ୍ରମ ରାଜ୍ୟର ସବୁ ଗ୍ରାମାଞ୍ଚଳରେ ଚାଲୁ ରହିବ
  • ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମରେ ପାଇଖାନା ନିର୍ମାଣ କାର୍ଯ୍ୟ ଚାଲୁ ରହିବ
  • ବିଜୁ ପକ୍କା ଘର ଯୋଜନାରେ ନିର୍ମାଣ କାର୍ଯ୍ୟ ଚାଲୁ ରହିବ
  • ପାନୀୟ ଜଳ ଯୋଗାଣ, ନଳକୂପ ମରାମତି କାର୍ଯ୍ୟ ଚାଲୁ ରହିବ
  • ବନୀକରଣ ପାଇଁ ନର୍ସରୀ, ବନ୍ୟଜନ୍ତୁଙ୍କ ପାଇଁ ଜଳଉତ୍ସ ନିର୍ମାଣ କାର୍ଯ୍ୟ କରାଯାଇପାରିବ
  • କେନ୍ଦୁପତ୍ର ତୋଳା, କେନ୍ଦୁପତ୍ର ଫଡ଼ି କାର୍ଯ୍ୟକ୍ରମ କରାଯାଇପାରିବ
  • ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଓ ବିକ୍ରୟ କାର୍ଯ୍ୟ ଚାଲିବ
  • ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସମସ୍ତ କାର୍ଯ୍ୟ କରାଯାଇପାରିବ
  • ଇ-କମର୍ସ ଜରିଆରେ ସବୁ ଜିନିଷ ଏବେ ଘରକୁ ମଗାଇ ହେବ
  • ଖାଦ୍ୟ ହୋମ୍ ଡେଲିଭରି ଓ ଢାବା ଚାଲୁ ରହିବ। ତେବେ ଢାବାରେ ବସି ଖାଇପାରିବେ ନାହିଁ, ଖାଦ୍ୟ ନେଇ ଅନ୍ୟତ୍ର ଖାଇବେ

ତେବେ ଏ ସମସ୍ତ କାର୍ଯ୍ୟରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଜରୁରୀ ବୋଲି ଏସ୍‌ଆର୍‌ସି ଶ୍ରୀ ଜେନା କହିଛନ୍ତି। ସେହିପରି କଣ୍ଟେନମେଣ୍ଟ ଜୋନ୍‌ରେ ଲକ୍‌ଡାଉନ୍ କୋହଳ ଲାଗୁ ହେବନି ବୋଲି ସେ କହିଛନ୍ତି। ଭୁବନେଶ୍ୱର ସହରରେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ର କୋହଳ ନିୟମ ଲାଗୁ ହେବ ନାହିଁ। ଏହା ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିବାକୁ ଯୋଜନା ରହିଛି ଏସ୍ଆର୍ସି କହିଛନ୍ତି।



from Odisha Reporter https://ift.tt/34ySaEh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages