ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 26, 2020

ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଶପଥ ଗ୍ରହଣ କରିଛନ୍ତି । ଭୁବନେଶ୍ୱର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ସମାରୋହରେ ଜଷ୍ଟିସ ରଫିକ ଶପଥ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶପଥ ପାଠ କରାଇଛନ୍ତି ।

କରୋନା ପାଇଁ ନିୟମାବଳୀ ଲାଗୁ ହୋଇଥିବାରୁ ଶପଥ ଗ୍ରହଣ ସମାରୋହରେ ସାମାଜିକ ଦୂରତା ପାଳନ କରାଯାଇଥିଲା । ଉତ୍ସବରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ବିରୋଧୀ ଦଳ ନେତା ପ୍ରମୁଖ ଉପସ୍ଥିତ ଥିଲେ । ଜଷ୍ଟିସ ରଫିକ ପୂର୍ବରୁ ମେଘାଳୟ ଓ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି ।

୨୦୦୬ ମସିହାରେ ସେ ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଏହାସହ ଦୁଇ ଦୁଇ ଥର ରାଜସ୍ଥାନ ହାଇକୋର୍ଟର  ଆକ୍ଟିଂ ଚିଫ୍ ଜଷ୍ଟିସ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ଗତବର୍ଷ ନଭେମ୍ବର ୧୩ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ କେ. ଏସ୍ ଜାଭେରୀ ଅବସର ନେବା ପରେ ଗତ ଜାନୁଆରୀ ମାସରେ ବରିଷ୍ଠ ବିଚାରପତି ସଞ୍ଜୁ ପଣ୍ଡାଙ୍କୁ ଆକ୍ଟିଂ ଚିଫ୍ ଜଷ୍ଟିସ ଭାବେ ନିଯୁକ୍ତି ଦିଆଯାଇଥିଲା ।



from Odisha Reporter https://ift.tt/2W3EvBg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages