ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟିର ପ୍ୟାକେଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 18, 2020

ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟିର ପ୍ୟାକେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସହରାଞ୍ଚଳ ଗରିବ ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏନେଇ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।  ‘ଅରବାନ୍ ୱେଜ୍ ଏମ୍ପ୍ଲୟମେଣ୍ଟ ଇନିସିଏଟିଭ୍ ’ ନାମକ ଶ୍ରମ ଭିତ୍ତିକ ଯୋଜନାରେ ଏହି ଜରୁରୀକାଳୀନ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଛି ।

ଏହି ଯୋଜନା ଦ୍ୱାରା ୧୧୪ଟି ପୌରାଞ୍ଚଳରେ ରହୁଥିବା ୪ ଲକ୍ଷ ୫୦ ହଜାର ଶ୍ରମିକ, ଗରିବ ଲୋକ ଓ ଦିନ ମଜୁରିଆ ଉପକୃତ ହେବେ। ଏହା ଚଳିତ ମାସରୁ ଆରମ୍ଭ ହୋଇ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ମିଶନ ଶକ୍ତିର ସହାୟତା ଓ ସହଭାଗିତାରେ ଏହି ଯୋଜନା ଚାଲିବ। ହିତାଧିକାରୀଙ୍କ ମଜୁରୀ ପ୍ରତି ସପ୍ତାହରେ ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ।

ଏହି ଯୋଜନାରେ ସହରାଞ୍ଚଳରେ ଅନେକ ଶ୍ରମଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିରେ ଡ୍ରେନ୍‌ଗୁଡ଼ିକର ସଫେଇ ଓ ଅନ୍ୟାନ୍ୟ ବର୍ଜ୍ୟବସ୍ତୁର ସଫେଇ, ଜଳାଶୟ ଖନନ ଓ ନବୀକରଣ, ପାର୍କ,  ଖେଳପଡ଼ିଆ ଓ ଅନ୍ୟାନ୍ୟ ଖୋଲା ସ୍ଥାନଗୁଡ଼ିକର ଉନ୍ନତିକରଣ କାର୍ଯ୍ୟ ରହିଛି ।

ଏହାବ୍ୟତୀତ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ସାମୟିକ କାର୍ଯ୍ୟକ୍ଷେତ୍ର ନିର୍ମାଣ, ବନୀକରଣ, ଶୌଚାଳୟ ନିର୍ମାଣ ଏବଂ ସହରାଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ଶ୍ରମଭିତ୍ତିକ ବିକାଶମୂଳକ କାର୍ଯ୍ୟକ୍ରମ କରାଯିବ।

ଏହାବ୍ୟତୀତ ସ୍ଥାନୀୟ ଶିଳ୍ପୀ ଓ କାରିଗରମାନଙ୍କୁ ରୋଜଗାର ଦେବା ପାଇଁ କାନ୍ଥରେ ଚିତ୍ରାଙ୍କନ ନିର୍ମାଣ ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ।



from Odisha Reporter https://ift.tt/3alVvIa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages