କେଉଁ ଜିଲ୍ଲାରୁ କେତେ କରୋନା ଆକ୍ରାନ୍ତ, ଜାଣନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 25, 2020

କେଉଁ ଜିଲ୍ଲାରୁ କେତେ କରୋନା ଆକ୍ରାନ୍ତ, ଜାଣନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ସକାଳେ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ସେଥି ମଧ୍ୟରୁ ଏବେ ସୁଦ୍ଧା ରାଜ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ତେବେ ଏହା ମଧ୍ୟରେ କରୋନା ସମ୍ପର୍କରେ ସରକାର ଜିଲ୍ଲାୱାରୀ ତଥ୍ୟ ଦେଇଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୨୩ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଉ ୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁର ଜିଲ୍ଲାରେ ୧୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ଜଣେ ସୁସ୍ଥ ହୋଇଛନ୍ତି। ଭଦ୍ରକ ଜିଲ୍ଲାରେ ବି ୧୬ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୧୪ ଚିକିତ୍ସାଧୀନ ଅଛନ୍ତି। ୨ ଜଣ ସୁସ୍ଥ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରେ ସମସ୍ତ ୧୦ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ୬ ଜଣ ଆକ୍ରାନ୍ତ ରହିଛନ୍ତି। ସେଥିମଧ୍ୟରୁ ୩ ଜଣ ଚିକିତ୍ସାଧୀନ ଥିବା ବେଳେ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କେନ୍ଦ୍ରାପଡ଼ାରେ ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଚିକିତ୍ସାଧୀନ ଥିବା ବେଳେ  ଜଣେ ସୁସ୍ଥ ହୋଇଛନ୍ତି।

ଅନ୍ୟପକ୍ଷରେ କଳାହାଣ୍ଡି ଜିଲ୍ଲାର ୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଢେଙ୍କାନାଳ, କଟକ ଓ ପୁରୀର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି।

 



from Odisha Reporter https://ift.tt/3bzWMge

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages