ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲକ୍ଡାଉନ୍ ମଧ୍ୟରେ ରାଜ୍ୟ ସରକାର ଆଜି ଏକ ବଡ଼ ଘୋଷଣା କରିଛନ୍ତି। ଆଗାମୀ ୪୮ ଘଣ୍ଟା ପାଇଁ ଭୁବନେଶ୍ୱରକୁ ପୂରା ଶଟ୍ ଡାଉନ୍ କରାଯାଇଛି। ଆଜି ରାତି ୮ଟାରୁ ରବିବାର ରାତି ୮ଟା ପର୍ଯ୍ୟନ୍ତ ଏହି ନିୟମ ଲାଗୁ ହେବ। ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ସେହିପରି ଭଦ୍ରକ ସହରକୁ ମଧ୍ୟ ୪୮ ଘଣ୍ଟା ପାଇଁ ଶଟ୍ ଡାଉନ୍ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ କହିଛନ୍ତି, ପଞ୍ଚମ କରୋନା ଆକ୍ରାନ୍ତଙ୍କ ବିଲକ୍ଷଣ ନେଇ ଶଟ୍ ଡାଉନ୍ ଘୋଷଣା କରାଯାଇଛି। ସଂପୃକ୍ତ ବ୍ୟକ୍ତି ବିଦେଶ ଗସ୍ତ କରି ନଥିବାରୁ ତଥା ଅନ୍ୟ କୌଣସି ରାଜ୍ୟକୁ ଯାଇ ନଥିବାରୁ ଚିନ୍ତା ବଢ଼ିଛି। କ’ଣ ପାଇଁ ଏପରି ଘଟିଲା, ତା’ର ସଂପୂର୍ଣ୍ଣ ଛାନ୍ଭିନ୍ କରିବାକୁ ୪୮ ଘଣ୍ଟା ପାଇଁ ଶଟ୍ ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ପ୍ରଦାନ କରାଯାଇଥିବା ସମସ୍ତ ପୁରୁଣା ପାସ୍ ରଦ୍ଦ କରାଯିବ ଓ ଜରୁରୀ ସେବା ପାଇଁ ସ୍ୱତନ୍ତ୍ର ପାସ୍ ମିଳିବ।
from Odisha Reporter https://ift.tt/2xPHnJB
No comments:
Post a Comment