କୋରାପୁଟ ଜିଲ୍ଲାର ପୋଡ଼ାଗଡ଼ ପଞ୍ଚାୟତ କଣ୍ଟେନମେଣ୍ଟ ଘୋଷଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 27, 2020

କୋରାପୁଟ ଜିଲ୍ଲାର ପୋଡ଼ାଗଡ଼ ପଞ୍ଚାୟତ କଣ୍ଟେନମେଣ୍ଟ ଘୋଷଣା

କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଦଶମନ୍ତପୁର ବ୍ଲକ ପୋଡ଼ାଗଡ଼ ପଞ୍ଚାୟତକୁ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପୋଡ଼ାଗଡ଼ର ୩ କିମି ପରିଧି ଅଞ୍ଚଳକୁ କଣ୍ଟେନମେଣ୍ଟ ଓ ୭ କିମି ପରିବ୍ୟାପ୍ତ ଅଞ୍ଚଳକୁ ବଫର ଜୋନ୍ ଭାବେ ଘୋଷଣା କରାଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ‌ ଟ୍ରେସିଂ ହେଉଥିବା କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଜିଲ୍ଲାର ଦଶମନ୍ତପୁର ବ୍ଲକ୍‌ ଅନ୍ତର୍ଗତ ପୋଡ଼ାଗଡ଼ଠାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ଜଣେ ସ୍ୱାସ୍ଥ୍ୟ କର୍ମୀ। ସେ କିଛି ଦିନ ତଳେ କୋଲିକତାରୁ ଫେରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ତାଙ୍କୁ ପୋଡ଼ାଗଡ଼ଠାରେ କ୍ୱାରେଣ୍ଟାଇନ୍‌ରେ ରଖାଯାଇଥିଲା। ଗତକାଲି ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା।

 



from Odisha Reporter https://ift.tt/2y4SnU6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages