‘ରାଜ୍ୟ ସରକାର ନିଷ୍ପତ୍ତି ନ ନେବା ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 25, 2020

‘ରାଜ୍ୟ ସରକାର ନିଷ୍ପତ୍ତି ନ ନେବା ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ’

ଭୁବନେଶ୍ୱର(ଓଡିଶା ରିପୋର୍ଟର): କରୋନା ପାଇଁ ଲକ୍‌ଡାଉନ ଚାଲିଥିବା ବେଳେ ଆଜିଠାରୁ ବିଭିନ୍ନ ଦୋକାନ ଖୋଲିବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ପ୍ରକାଶ କରି ପୌରପାଳିକା ବାହାରେ ଓ ଆବାସିକ ଅଞ୍ଚଳରେ ଥିବା ଦୋକାନଗୁଡ଼ିକ ଖୋଲାଯାଇ ପାରିବ ବୋଲି ଅନୁମତି ପ୍ରଦାନ କରିଥିଲେ।  କିନ୍ତୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ କୌଣସି ନିଷ୍ପତ୍ତି ନିଆଯାଇନି ।

ଦୋକାନ ଖୋଲିବା ନେଇ କେନ୍ଦ୍ର ସରକାର କଟକଣା କୋହଳ କରିବା ପରେ ପୁଲିସ କମିଶନର ସୁଧାଂଶୁ ଷଡଙ୍ଗୀ କହିଛନ୍ତି,କେନ୍ଦ୍ର ଗାଇଡଲାଇନ ଜାରି କରିଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବାକୁ ପଡିବ। ସ୍ଥାନୀୟ ପରିସ୍ଥିତି ଏବଂ ଆବଶ୍ୟକତାକୁ ଦେଖିବା ପରେ ଦୋକାନ ଖୋଲିବ ନା ନାହିଁ ନିଷ୍ପତ୍ତି ନିଆଯିବ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ନିଷ୍ପତ୍ତି ନ ଆସିବା ପର୍ଯ୍ୟନ୍ତ ସବୁ ଦୋକାନ ବନ୍ଦ ରହିବ ବୋଲି  ସିପି ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି।



from Odisha Reporter https://ift.tt/2KvxpQH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages