ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 12, 2020

ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ରାଜ୍ୟରେ ଆଉ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱରର। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ସେହିପରି ବାକି ୩ ଜଣଙ୍କ ମଧ୍ୟରୁ ଦୁଇ ଜଣ ସୁନ୍ଦରଗଡ଼ର ହୋଇଥିବା ବେଳେ ଜଣେ କେନ୍ଦ୍ରାପଡ଼ାର। ଏହି ୩ ଜଣଙ୍କ ବିଷୟରେ ସଂପୃକ୍ତ ଜିଲ୍ଲା ପ୍ରଶାସନମାନେ ପୂର୍ବରୁ ସୂଚନା ଦେଇ ସାରିଥିଲେ।

ଭୁବନେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ୍ ଜଣଙ୍କ କେଉଁ ଅଞ୍ଚଳର ତଥା ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ରହିଥିଲା କି ନାହିଁ, ସେ ବିଷୟରେ କିଛି ଜଣାପଡ଼ିନାହିଁ। ସେହିପରି ତାଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି, ତାହା ବି ଜଣାପଡ଼ି ନାହିଁ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁଯାୟୀ, ଏ ସବୁ ସଂପର୍କରେ ତଥ୍ୟ ଖୋଜା ଚାଲିଛି।

ଅନ୍ୟପକ୍ଷରେ କେନ୍ଦ୍ରାପଡ଼ାରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ୍‌ଙ୍କ ଟ୍ରାଭେଲ୍ ହିଷ୍ଟ୍ରୀ ରହିଛି। ଏ ନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇସାରିଛନ୍ତି। ସେ ଜଣେ ମହିଳା। ସେ ବାହାର ରାଜ୍ୟକୁ ଯାଇଥିଲେ। ସେଠାରୁ ଫେରିବା ପରେ କ୍ୱାରେଣ୍ଟାଇନ୍‌ରେ ଥିଲେ। ତେବେ ନମୁନା ପରୀକ୍ଷା ପରେ ସେ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଏହାପରେ ତାଙ୍କୁ କୋଭିଡ୍ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ଯେଉଁ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ସେମାନେ ବିଶ୍ରା ଅଞ୍ଚଳର। ଜଣେ ରାଉରକେଲ୍‌ର ହାଇଟେକ୍ ହସ୍‌ପିଟାଲ୍‌ରେ ପ୍ରସ୍ତୁତ କୋଭିଡ୍ ହସ୍ପିଟାଲ୍‌ରେ ପୂର୍ବରୁ ଭର୍ତ୍ତି ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗତକାଲି ରାତିରେ ସେଠାକୁ ସ୍ଥାନାନ୍ତର କରିଥିଲା ଜିଲ୍ଲା ପ୍ରଶାସନ। ଏହା ସହିତ ବିଶ୍ରାର ୫ଟି ସ୍ଥାନକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ସେମାନଙ୍କ ଟ୍ରାଭେଲ୍ ହିଷ୍ଟ୍ରୀ ସହିତ ସେମାନେ କାହା କାହା ସଂସ୍ପର୍ଶରେ ଆସିଥିଲେ, ସେ ସବୁ ଜାଣିବାକୁ ପ୍ରକ୍ରିୟା ଆରମ୍ଭ କରାଯାଇଛି। ସିଲ୍ ହୋଇଥିବା ଅଞ୍ଚଳର ଘରକୁ ଘର ବୁଲି ସର୍ଭେ କରାଯିବ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ କହିଛନ୍ତି। ୪୮ ଘଣ୍ଟା ଧରି ଉକ୍ତ ଅଞ୍ଚଳର ଲୋକଙ୍କୁ ଘରୁ ନବାହାରିବାକୁ କୁହାଯାଇଛି। ଏ ଅଞ୍ଚଳରେ ପ୍ରାୟ ୧୫୦୦ ଘର ରହିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ସୁସ୍ଥ ହୋଇସାରିଛନ୍ତି।



from Odisha Reporter https://ift.tt/2RxVlqy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages