ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ସୂଚନା ମିଳିଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଲା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪୨୧ଟି ସାମ୍ପଲ୍ ଟେଷ୍ଟ ହୋଇଛି। ଏଯାବତ୍ ମୋଟ୍ ୨୯ ହଜାର ୧୦୮ଟି ନମୁନା ପରୀକ୍ଷା ହେଲାଣି। ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୮୦ ଜଣ ଚିକିତ୍ସାଧୀନ ଅଛନ୍ତି। ୩୮ଜଣ ସୁସ୍ଥ ହୋଇଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଚିକିତ୍ସା ଆରମ୍ଭ ହେଲାଣି କି ନାହିଁ ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରି ନାହିଁ।
from Odisha Reporter https://ift.tt/3f3RGuL
No comments:
Post a Comment