ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ମଧ୍ୟରୁ ୪ ମହିଳା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 26, 2020

ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ମଧ୍ୟରୁ ୪ ମହିଳା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବାଲେଶ୍ୱର ଜିଲ୍ଲାରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ତେବେ ସରକାର ସମସ୍ତ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଦେଇଛନ୍ତି। ୫ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ମହିଳାଙ୍କ ବୟସ ଯଥାକ୍ରମେ ୫୫, ୨୨, ୨୩ ଓ ୨୯ ବର୍ଷ। ଅନ୍ୟ ଜଣେ ଆକ୍ରାନ୍ତ ୨୭ ବର୍ଷୀୟ ଯୁବକ ବୋଲି ଜଣାପଡ଼ିଛି।

ସମସ୍ତ ଆକ୍ରାନ୍ତଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେବାରୁ ସେମାନେ ହୋମ୍ କ୍ୱାରେଣ୍ଟିନ୍‌ରେ ଥିଲେ।  ସେମାନେ ସମସ୍ତେ ବାଲେଶ୍ୱର କଣ୍ଟେନମେଣ୍ଟ ଜୋନ୍‌ର ବୋଲି ଜଣାଯାଇଛି । ୫ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ଟ୍ୱିଟ୍ ଯୋଗେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୨ ଜଣ ଚିକିତ୍ସାଧୀନ ରହିଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି। ଏହାସହ ଜଣଙ୍କ ମୃତ୍ୟୁ ଘଟିଛି।



from Odisha Reporter https://ift.tt/3aFfPEJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages