ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 13, 2020

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍‌ସାଇଟ୍‌ରୁ ଏହି ସୂଚନା ମିଳିଛି। ତେବେ ଏହି କରୋନା ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ କେଉଁ ଅଞ୍ଚଳର, ତାହା ଜଣାପଡ଼ି ନାହିଁ। ଏହା ସହିତ ସେ କେମିତି ଏହାଦ୍ୱାରା ସଂକ୍ରମିତ ହେଲେ, ତାହା ବି ଜଣାପଡ଼ିନାହିଁ।

ଅନ୍ୟପକ୍ଷରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍‌ସାଇଟ୍‌ରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୭୩୪ଟି ସାମ୍ପଲ ଟେଷ୍ଟ୍ କରାଯାଇଛି। ସେଥିରୁ ୪୬୭୮ଟି ରିପୋର୍ଟ ନେଗେଟିଭ୍ ଆସିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।



from Odisha Reporter https://ift.tt/2Xtvh3Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages