ଓଲଟିଲା ପିକ୍‌ଅପ୍ ଭ୍ୟାନ୍;  ୩ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 19, 2020

ଓଲଟିଲା ପିକ୍‌ଅପ୍ ଭ୍ୟାନ୍;  ୩ମୃତ

ଖଲ୍ଲିକୋଟ(ସିଲୁ ବିଶ୍ୱାଳ): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡିଦେଉଳି-ବିରୁଳିଗଡ଼ ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ପଡ଼ିବାରୁ ୩  ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି  ଦୁର୍ଘଟଣାରେ ୯ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ମୃତାହତଙ୍କ ଘର ଗଞ୍ଜାମ ବ୍ଳକ ଡିଆଁଡି ଗାଁରେ।

ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି। ଶ୍ରମିକମାନେ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ବ୍ରହ୍ମପୁର ନିକଟସ୍ଥ ଭାବନ୍ଧସ୍ଥିତ କ୍ରସରକୁ କାମ କରିବାକୁ ଯାଉଥିଲେ। ଏହି ସମୟରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଖଣ୍ଡିଦେଉଳି- ବିରୁଳିଗଡ଼ ରାସ୍ତା କଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା।

ଖବର ପାଇ ରମ୍ଭା ପୁଲିସ୍‌  ପହଞ୍ଚି  ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ୯ ଶ୍ରମିକଙ୍କୁ  ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛି।



from Odisha Reporter https://ift.tt/3cCTaKJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages