ଭୁବନେଶ୍ୱର ପାଇଁ ବଡ଼ ନିଷ୍ପତ୍ତି; ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 14, 2020

ଭୁବନେଶ୍ୱର ପାଇଁ ବଡ଼ ନିଷ୍ପତ୍ତି; ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ କେବଳ ଭୁବନେଶ୍ୱରର ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ମାତ୍ରାରେ ବଢୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ପରେ ହୋଇଥିବା ଏହି ନିଷ୍ପତ୍ତି ପ୍ରକାରେ ଭୁବନେଶ୍ୱର ମହାନଗର ନିଗମକୁ ତିନୋଟି ଜୋନ୍‌ରେ ବିଭକ୍ତ କରି ୬ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ବରିଷ୍ଠ ଅଧିକାରୀମାନେ ବିଏମ୍‌ସି ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ କାର୍ଯ୍ୟ କରିବେ।

ଭୁବନେଶ୍ୱର ଉତ୍ତର ଜୋନ୍‌ର ଦାୟିତ୍ୱରେ ଏସ୍‌ସି/ଏସଟି ଉନ୍ନୟନ ସଚିବ ରଞ୍ଜନା ଚୋପ୍ରା ଓ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ଥିବା ବେଳେ ଦକ୍ଷିଣ-ପୂର୍ବ ଜୋନ୍ ଦାୟିତ୍ୱ ଅବକାରୀ ସଚିବ ସୁଶୀଲ ଲୋହାନୀ ଓ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କୁ ଦିଆଯାଇଛି। ସେହିଭଳି ଦକ୍ଷିଣ-ପଶ୍ଚିମ ଜୋନ୍‌ର ଦାୟିତ୍ୱ ଭାସ୍କର ଜ୍ୟୋତି ଶର୍ମା ଓ  ଅର୍ଥ ସଚିବ ଅଶୋକ ମୀନାଙ୍କୁ ଦିଆଯାଇଛି।

ଏହି ଅଧିକାରୀମାନେ କଣ୍ଟେନମେଣ୍ଟ ଦାୟିତ୍ୱରେ ରହିବେ। ଭୁବନେଶ୍ୱରରେ ଯେପରି ଏହି ରୋଗ ନ ବ୍ୟାପିବ, ସେଥିପ୍ରତି ଦୃଷ୍ଟି ରଖିବେ। ଯେଉଁ ଅଞ୍ଚଳରେ କରୋନା ପଜିଟିଭ୍ ମିଳବ ସେଠାରେ କଣ୍ଟାକ୍ଟ ଟ୍ରେସିଂ ଓ ଘରକୁ ଘର ସର୍ଭେ କାର୍ଯ୍ୟର ତଦାରଖ କରିବେ। ସେହିଭଳି କଣ୍ଟେନ୍‌ମେଣ୍ଟ ଅଞ୍ଚଳକୁ ଜରୁରୀ ସାମଗ୍ରୀ ଯୋଗାଣ କଥା ବି ବୁଝିବେ।

ସୂଚନାଯୋଗ୍ୟ, ଖବର ଲେଖାଯିବା ସୁଦ୍ଧା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍‌ସାଇଟ୍‌ରେ ଦିଆଯାଇଥିବା ତଥ୍ୟ ଅନୁସାରେ ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୪୧ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୧୮ ଜଣ ସୁସ୍ଥ ହୋଇସାରିଛନ୍ତି ଓ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ମୋଟ ୫୫୩୭ ଜଣଙ୍କ ସାମ୍ପଲ୍ ଟେଷ୍ଟ୍ କରାଯାଇଥିବା ବେଳେ ୫୪୭୭ ଜଣଙ୍କ ରିପୋର୍ଟ ନେଗେଟିଭ୍ ଆସିଛି।



from Odisha Reporter https://ift.tt/2Vbq3rT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages