ଭୁବନେଶ୍ୱରରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 26, 2020

ଭୁବନେଶ୍ୱରରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। ଏନେଇ ଭୁବନେଶ୍ୱର ମହାନଗର ନିଗମ ସ୍ପଷ୍ଟ କରିଛି।

ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ, ଏବେ ବି ଭୁବନେଶ୍ୱର ହଟସ୍ପଟ୍ ବା ରେଡ୍ ଜୋନ୍ ବର୍ଗରେ ଥିବାରୁ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। କରୋନା ବ୍ୟାପିବାରୁ ରୋକିବା ପାଇଁ ପରବର୍ତ୍ତୀ ସମୀକ୍ଷା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ସୂଚନା ଦିଆଯାଇଛି। ଏନେଇ ସହଯୋଗ କରିବା ପାଇଁ ବିଏମ୍‌ସି ଜନସାଧାରଣଙ୍କୁ ଅନୁରୋଧ କରିଛି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୨ ଜଣ ଚିକିତ୍ସାଧୀନ ରହିଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି। ଏହାସହ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି।



from Odisha Reporter https://ift.tt/3bJ3BMz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages