ଭଦ୍ରକ (ଓଡିଶା ରିପୋର୍ଟର) : ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩ କରୋନା ପଜିଟିଭ୍ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ମ୍ୟାପ ଅନୁସାରେ ଏହି ସୂଚନା ମିଳିଛି। ଏହା ସହିତ ଏବେ ଭଦ୍ରକରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।
ଏହି ଆକ୍ରାନ୍ତମାନଙ୍କର ଟ୍ରାଭେଲ ହିଷ୍ଟ୍ରି କ’ଣ ଏବଂ ଏମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ତନାଘନା ଚାଲିଛି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦ଜଣ ସୁସ୍ଥ ହୋଇସାରିଲେଣି। ୫୧ ଜଣ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।
from Odisha Reporter https://ift.tt/2KsaGoA
No comments:
Post a Comment