ସରକାରୀ କର୍ମଚାରୀଙ୍କ ପାଇଁ ଆଇକାର୍ଡ ବାଧ୍ୟତାମୂଳକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 20, 2020

ସରକାରୀ କର୍ମଚାରୀଙ୍କ ପାଇଁ ଆଇକାର୍ଡ ବାଧ୍ୟତାମୂଳକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ତଥା କେନ୍ଦ୍ର ସରକାରୀ କର୍ମଚାରୀ ଅଫିସକୁ ଆସିବାବେଳେ ଆଇକାର୍ଡ  ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି। ଏ ସମ୍ପର୍କରେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡଙ୍ଗୀ ।

ଆଜିଠାରୁ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ୍ ସକାଳୁଆ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ତେବେ ଅଫିସ ଆସିବା ବେଳେ କର୍ମଚାରୀମାନେ ଆଇକାର୍ଡ ସାଙ୍ଗରେ ଆଣିବା ବାଧ୍ୟତାମୂଳକ ବୋଲି କହିଛନ୍ତି ପୁଲିସ କମିଶନର। ଅଫିସ ଆସିବା ସମୟରେ ରାଜ୍ୟ ତଥା କେନ୍ଦ୍ରୀୟ କର୍ମଚାରୀ ଆଇ କାର୍ଡ ଦେଖାଇବେ। ଏଥିସହିତ ଅନୁମତି ପତ୍ର ଦେଖାଇବାକୁ ମଧ୍ୟ ବାଧ୍ୟତାମୂଳକ କରାଯାଇଛି ।

ସୂଚନାଥାଉ କି, କଟକ, ଭୁବନେଶ୍ୱର, ପୁରୀ, ଛତ୍ରପୁର, ବ୍ରହ୍ମପୁର ଓ କୋରାପୁଟକୁ ଛାଡ଼ି ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲା ଓ ସହରରେ ସବୁ ସରକାରୀ ଅଫିସ୍ ଓ ରାଜସ୍ୱ କୋର୍ଟଗୁଡ଼ିକ ଜୁନ୍ ୧୫ତାରିଖ ପର୍ଯ୍ୟନ୍ତ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଖୋଲିବ। ଏହି ଅଫିସ୍ ଅବଧି ମଧ୍ୟରେ ଖାଇବା ପାଇଁ କୌଣସି ସମୟ ରହିବ ନାହିଁ ବୋଲି ନିର୍ଦ୍ଦେନାମା ଜାରି ହୋଇଛି।



from Odisha Reporter https://ift.tt/3bsmjIb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages