ଛେପ ପକାଇଲେ ୫୦୦ ଟଙ୍କା ଜୋରିମାନା, ମାସ୍କ ନ ପିନ୍ଧିଲେ ୨୦୦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 14, 2020

ଛେପ ପକାଇଲେ ୫୦୦ ଟଙ୍କା ଜୋରିମାନା, ମାସ୍କ ନ ପିନ୍ଧିଲେ ୨୦୦

ବ୍ରହ୍ମପୁର (ଅଶୋକ ବ୍ରହ୍ମା): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାପାଳ ବଡ଼ ନିଷ୍ପତ୍ତି ନେଇଛନ୍ତି। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜୋରିମାନା ଦେବାକୁ ପଡ଼ିବ ବୋଲି ସେ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାସହ ମାସ୍କ ପିନ୍ଧିବା ନେଇ ମଧ୍ୟ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି।

ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ୍ ଅନୁସାରେ, ମୁହଁରେ ମାସ୍କ, ରୁମାଲ କିମ୍ବା ଗାମୁଛା ବାନ୍ଧି ନ ଥିଲେ ୨୦୦ ଟଙ୍କା ଜୋରିମାନ ଦେବାକୁ ପଡ଼ିବ। ସେହିପରି ଜିଲ୍ଲାରେ ଲୋକମାନେ ପରସ୍ପର ମଧ୍ୟରେ ଦୁଇ ମିଟର ସାମାଜିକ ଦୂରତା ବଜାୟ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଛି। ଜିଲ୍ଲାର ପ୍ରମୁଖ ଅଧିକାରୀମାନଙ୍କୁ ଚିଠି ଲେଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କୁ ସଚେତନ କରାଇବା ସହ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସେ କହିଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା କେହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।



from Odisha Reporter https://ift.tt/3ex5duO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages