କରୋନା ଚିନ୍ତା; ୩ ସଚିବଙ୍କୁ ଦିଆଗଲା ୩ ଜିଲ୍ଲାର ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 22, 2020

କରୋନା ଚିନ୍ତା; ୩ ସଚିବଙ୍କୁ ଦିଆଗଲା ୩ ଜିଲ୍ଲାର ଦାୟିତ୍ୱ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାରୁ ଅଧିକ ସଂଖ୍ୟକ କରୋନା ପଜିଟିଭ୍ ବାହାରୁ ଥିବାରୁ ଏହା ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ତେଣୁ  ସ୍ଥିତି ଉପରେ ନିୟନ୍ତ୍ରଣ ଆଣିବାକୁ ୩ ବରିଷ୍ଠ ସଚିବଙ୍କୁ ଏହି ୩ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି।

ଏସ୍‌.କେ ଲୋହାନିଙ୍କୁ ଭଦ୍ରକ ଜିଲ୍ଲା ଦାୟିତ୍ୱ ଦିଆଯାଇଥିବା ବେଳେ ଏସ୍‌.କେ ବଶିଷ୍ଠ ବାଲେଶ୍ୱର ଜିଲ୍ଲା କଥା ବୁଝିବେ। ସେହିପରି ପି.କେ ମେହେର୍ଦ୍ଦାଙ୍କୁ ଯାଜପୁର ଜିଲ୍ଲାର ଦାୟିତ୍ୱ ଦିଆଯାଇଛି।

ଏହି ୩ ସଚିବ ୩ ଜିଲ୍ଲା ଗସ୍ତ କରି କୋଭିଡ୍ ମୁକାବିଲାର ତଦାରଖ କରିବେ। ଏଥିସହ ସେମାନେ ସଂପୃକ୍ତ ଜିଲ୍ଲା ପ୍ରଶାସନକୁ ସହାୟତା କରିବେ।

ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାର ୧୧ଟି ପଞ୍ଚାୟତର ୪୪ ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ରେ ରଖାଯାଇଛି। ସେହିପରି ବାଲେଶ୍ୱର ଜିଲ୍ଲାରୁ ୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ସହରର ନିଳିଆବାଗ୍, ନୀଳଗିରିର ବରହମ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।  ଯାଜପୁରରୁ ମଧ୍ୟ ୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩ ଜିଲ୍ଲାର ଅଧିକାଂଶ ଆକ୍ରାନ୍ତ କୋଲକାତାରୁ ଫେରିଥିବା ଜଣାଯାଇଛି ।



from Odisha Reporter https://ift.tt/2VtJUT9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages