କଟକ (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ଜଷ୍ଟିସ୍ ମହମ୍ମଦ ରଫିକ୍। ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପୂର୍ବରୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ୍ ରଫିକଙ୍କୁ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶରେ ଏହି ବଦଳି କରାଯାଇଛି।
ସୂଚନାଥାଉକି, ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀଙ୍କ ଅବସର ପରେ ଜଷ୍ଟିସ ସଞ୍ଜୁ ପଣ୍ଡା ଏବେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି।
from Odisha Reporter https://ift.tt/3cJUQSq
No comments:
Post a Comment