ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 13, 2020

ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସକାଳ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନା ମୁକାବିଲା ପାଇଁ ଘୋଷଣା ହୋଇଥିବା ୨୧ ଦିନିଆ ଲକ୍‌ଡାଉନ୍‌ର ଆଜି ଶେଷ ଦିନ। ତେଣୁ ଏହା ବଢ଼ିବ ନା ନାହିଁ, ସେ ନେଇ ସ୍ପଷ୍ଟ କରିପାରନ୍ତି ପ୍ରଧାନମନ୍ତ୍ରୀ। ସେଥିପାଇଁ ମୋଦିଙ୍କ ବାର୍ତ୍ତାକୁ ଏବେ ସାରା ଦେଶବାସୀ ଅପେକ୍ଷା କରିଛନ୍ତି।

ସେହିଭଳି କୋଭିଡ୍ ବିରୋଧୀ ମହାସଂଗ୍ରାମରେ ମୋଦି ସରକାରଙ୍କ ପରବର୍ତ୍ତୀ ରଣନୀତି ଏବଂ ଘୋଷଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ଆଲୋଚନା ବେଳେ ବେଳେ ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ତାଲାବନ୍ଦ ଅବଧି ବୃଦ୍ଧି ସପକ୍ଷରେ ମତ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍ ଘୋଷଣା କରିପାରନ୍ତି। ହେଲେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ କେତେ ଦିନ ହେବ? ତା’ର ସ୍ୱରୂପ କ’ଣ ରହିବ ? ସେ ସବୁ ବିଷୟରେ ବି ହୁଏତ ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିପାରନ୍ତି। ସେହିପରି କରୋନା ବିରୋଧୀ ଯୁଦ୍ଧରେ ଲକ୍‌ଡାଉନ୍‌ ପ୍ରମୁଖ ଅସ୍ତ୍ର ହୋଇଥିବା ବେଳେ ଜୀବନ ସହ ଜୀବିକାକୁ ବି କେନ୍ଦ୍ର ସରକାର ଗୁରୁତ୍ୱ ଦେବେ ବୋଲି ଆଶା କରାଯାଉଛି। ତେଣୁ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଘୋଷଣା ହେଲେ କଟକଣାକୁ ଆଉ କିଛି ମାତ୍ରାରେ କୋହଳ କରାଯାଇପାରେ, ଯାହାଦ୍ୱାରା କାରବାର ବଢ଼ିବ ଓ ଅର୍ଥନୀତି ବି ଗତିଶୀଳ ହେବ।



from Odisha Reporter https://ift.tt/2RBnXPL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages