ବଡ଼ ‍ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ଜୀବନ ଗଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 9, 2020

ବଡ଼ ‍ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ଜୀବନ ଗଲା

ଅନୁଗୋଳ(ବିରଜା ଦାସ ): ଅନୁଗୋଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ସାନକେରଜାଙ୍ଗ ଗାଁରେ ଦୁଃଖଦ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ବଡ଼ ଭାଇର ଟାଙ୍ଗିଆ ଚୋଟରେ ସାନଭାଇର ମୃତ୍ୟୁ ଘଟିଛି । ମୃତକ ହେଲେ ଦିଲ୍ଲୀପ କୁମାର ନାୟକ। ଅଭିଯୁକ୍ତ ବଇଁଶି ନାୟକଙ୍କୁ ପୁଲିସ୍‌ ଗିରଫ କରିଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ  ପାଟିତୁଣ୍ଡ ହୋଇଥିଲା  ଏଥିରେ  ବଇଁଶି  ରାଗିଯାଇ ଘରୁ ଏକ ଟାଙ୍ଗିଆ ଆଣି  ଦିଲ୍ଲୀପଙ୍କୁ ଚୋଟ ପକାଇଥିଲା।  ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

 ପୁଲିସ ଘଟଣାସ୍ଥଳରେ ପହଞ୍ଚି  ଅଭିଯୁକ୍ତ ବଡ଼ ଭାଇକୁ ଗିରଫ କରିଥିଲା। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2wpTJrA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages