ରେଡ୍ ଜୋନ୍‌ରେ ଗଞ୍ଜାମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 7, 2020

ରେଡ୍ ଜୋନ୍‌ରେ ଗଞ୍ଜାମ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭଦ୍ରକ, ବାଲେଶ୍ୱର, ଯାଜପୁର ,ଭୁବନେଶ୍ୱର ପୌର ନିଗମ ପରେ ଏବେ ରେଡ୍‌ ଜୋଡ଼ରେ ସାମିଲ ହୋଇଛି ଗଞ୍ଜାମ ଜିଲ୍ଲା।    ୨୧ ଜଣ କରୋନା ଚିହ୍ନଟ ହେବା ପରେ ଏହି ଜିଲ୍ଲାକୁ ରେଡ୍‌ ଜୋନ ଭାବେ ଘୋଷଣା କରିଛନ୍ତି ସରକାର। ଆଜି ଗଞ୍ଜାମ ଜିଲ୍ଲାରେ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ବେଳେ ପୂର୍ବରୁ ଚାରି ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ସେହିପରି ମୟୂରଭଞ୍ଜ ଜିଲ୍ଲା ଗ୍ରୀନ ଜୋନ ତାଲିକାରେ ଥିବା ବେଳେ ଚାରି କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଜିଲ୍ଲାକୁ ଅରେଞ୍ଜ ଜୋନ ତାଲିକାଭୁକ୍ତ କରାଯାଇଛି। ଜଗସିଂହପୁର ଜିଲ୍ଲାରେ ଚାରି କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଜିଲ୍ଲାକୁ ଅରେଞ୍ଜ ଜୋନ ଭାବେ ଘୋଷଣା କରାଯାଇଛି।  ପୂର୍ବରୁ  ଜଗତସିଂହପୁର ଜିଲ୍ଲାକୁ  ଗ୍ରୀନ ଜୋନ ତାଲିକାରେ ରଖାଯାଇଥିଲା।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ ଥିବା ବେଳେ ୬୧ଜଣ ସୁସ୍ଥ ହୋଇଛନ୍ତି।  ଅନ୍ୟମାନେ ବିଭିନ୍ନ କୋଭିଡ୍ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଆମ ରାଜ୍ୟରେ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

 



from Odisha Reporter https://ift.tt/2SGb3kg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages