ଓଲଟିଲା ସୁରତରୁ ଗଞ୍ଜାମ ଆସୁଥିବା ଆଉ ଏକ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 2, 2020

ଓଲଟିଲା ସୁରତରୁ ଗଞ୍ଜାମ ଆସୁଥିବା ଆଉ ଏକ ବସ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗୁଜରାଟର ସୁରତରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଫେରୁଥିବା ଆଉ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ସକାଳେ ନାଗପୁର-ଅମରାବତୀ ଜାତୀୟ ରାଜପଥ ନିକଟରେ ଏହି ବସ୍‌ଟି ଓଲଟି ପଡ଼ିଥିଲା। ଫଳରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଅମରାବତୀ ନିକଟସ୍ଥ କରଞ୍ଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ବସ୍‌ଟି ସୁରତରୁ ଗଞ୍ଜାମ ଅଭିମୁଖେ ଆସୁଥିଲା। ବସ୍‌ରେ ୫୦ ଜଣ ଯାତ୍ରୀ ଥିଲେ। ନାଗପୁର ନିକଟରେ ରାସ୍ତା ମଝିକୁ କୌଣସି ବନ୍ୟଜନ୍ତୁ ଚାଲି ଆସିବାରୁ ବସ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ସୂଚନାଯୋଗ୍ୟ, ଗତକାଲି ମଧ୍ୟ ସୁରତରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଜିଲ୍ଲା ଅଭିମୁଖେ ଆସୁଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ବସ୍‌ରେ ୬୦ରୁ ଅଧିକ ଯାତ୍ରୀ ଥିଲେ। ବସ୍‌ଟି ଫୁଲବାଣୀରେ ପହଞ୍ଚିବା ପରେ ପୁଲିସ ପକ୍ଷରୁ ଏସ୍‌କର୍ଟରେ ନିଆଯାଉଥିଲା। ତେବେ କଳିଙ୍ଗା ଘାଟି ଉପରେ ହଠାତ୍‌ ବସ୍‌ଟି ପାହାଡ଼ ପାର୍ଶ୍ୱରେ ପିଟି ହୋଇଯାଇଥିଲା। ଜି.ଉଦୟିଗିରି, ଟିକାବାଲି ଓ ଫିରିଙ୍ଗିଆରୁ ଅଗ୍ନିଶମ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ତେବେ ସେତେବେଳକୁ ବୁଗୁଡ଼ାର ଚିତ୍ତରଞ୍ଜନ ସେଠୀଙ୍କର ମୃତ୍ୟୁ ହୋଇସାରିଥିଲା। ସେହିପରି ସନ୍ତୋଷ ସେଠୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ୧୦୮ ଆମ୍ୱୁଲାନ୍ସରେ ଭଞ୍ଜନଗର ମେଡିକାଲ୍‌କୁ ନିଆଯାଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। 



from Odisha Reporter https://ift.tt/3fgzAFW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages