ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌କୁ ଧକ୍କା ଦେଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 30, 2020

ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌କୁ ଧକ୍କା ଦେଲା ଟ୍ରକ୍‌

ଜଳେଶ୍ୱର (ଅଜିତ୍ ଦାସ): ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ବସ୍ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ୬୦ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳ ପ୍ରାୟ ସାଢ଼େ ସାତଟା ବେଳେ ଏହି ଦୁର୍ଘଟଣା ଘଟିଛି। ବସ୍‌ଟି କେରଳରୁ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଅଭିମୁଖେ ଯାଉଥିଲା। ଦଣ୍ଡିକା ନିକଟରେ ଏକ ଟ୍ରକ୍‌ ବସ୍‌ଟିକୁ ପଛପଟୁ ଧକ୍କା ଦେଇଥିଲା। ଏହା ପରେ ବସ୍‌ଟି ଏହା ଆଗରେ ଥିବା ଏକ ଟ୍ରକ୍‌ରେ ଯାଇ ପିଟି ହୋଇଥିଲା।

ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗୁରୁତରମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ପଠାଇଥିଲା। ବସ୍‌ରେ ୪୦ ଜଣ ପ୍ରବାସୀ ଥିଲେ।

ସୂଚନାଯୋଗ୍ୟ, ଗତକାଲି ମଧ୍ୟ ବାଲେଶ୍ୱର ଜିଲ୍ଲାରେ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କେରଳରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏହି ବସ୍‌ଟି ରେମୁଣା ଥାନା ଅନ୍ତର୍ଗତ ମଙ୍ଗଳପୁର-ନୂଆଗାଁ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିବାରୁ ୩ ଜଣ ଗୁରୁତର ଆହତ ହୋଇଥିଲେ। ବସ୍‌ଟିରେ ୩୦ ଜଣ ପ୍ରବାସୀ ଥିଲେ।



from Odisha Reporter https://ift.tt/3eyzpVp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages