୧୦୧ ନୂଆ କରୋନା ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଲେ ସରକାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 12, 2020

୧୦୧ ନୂଆ କରୋନା ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଲେ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଥିବା ବେଳେ ନୂତନ ଭାବେ ଚିହ୍ନଟ ୧୦୧ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହି ୧୦୧ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲା। ସେହିପରି ୮ ଜଣ କଣ୍ଟେନ୍‌ମେଣ୍ଟ୍ ଜୋନ୍‌ରୁ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ ଅନ୍ୟାନ୍ୟ ବର୍ଗରେ ରଖାଯାଇଛି।

୧୦୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୨ ଜଣ ଗଞ୍ଜାମର ହୋଇଥିବା ବେଳେ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ସେହିପରି ଯାଜପୁରରୁ ୭ ଜଣ ଓ କେନ୍ଦୁଝରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନେ ବି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ବାଲେଶ୍ୱରର ୩୩ ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ ଜଣେ କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଛନ୍ତି। ୩ଟି ଲୋକାଲ୍ କେସ୍ ରହିଛି।

ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁଯାୟୀ, ବାଲେଶ୍ୱରର ଏହି ୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ ସୁରତ ଫେରନ୍ତା। ସେହିପରି ୩ ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ୨ ଜଣ ବେଙ୍ଗାଲୁରୁରୁ ଫେରିଥିଲେ।


ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ରାଉରକେଲାରେ କଣ୍ଟେନ୍‌ମେଣ୍ଟ୍ ଜୋନ୍‌ରେ ଥିଲେ।

ସୂଚନାଯୋଗ୍ୟ, ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚି ଥିବା ବେଳେ ୧୧୬ ଜଣ ସୁସ୍ଥ ହୋଇସାରିଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାକି ୪୧୯ ଜଣ ଚିକିତ୍ସାଧୀନ ରହିଛନ୍ତି।



from Odisha Reporter https://ift.tt/2YWhpzO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages