୨୪ ଘଣ୍ଟାରେ ୩,୫୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 12, 2020

୨୪ ଘଣ୍ଟାରେ ୩,୫୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ନିରନ୍ତର ଭାବରେ ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨୫ ଛୁଇଁଛି। ଏଯାବତ ପ୍ରତିଦିନି ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟରେ ଏହି ସଂଖ୍ୟା ସର୍ବାଧିକ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୭୪,୨୮୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୪୭,୪୮୦ ଜଣ କରୋନାରେ ଚିକିତ୍ସାଧୀନ ରହିଛନ୍ତି। ୨୪, ୩୮୬ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେହିପରି ୨୪ ଘଣ୍ଟାରେ ୧୨୨ ଜଣଙ୍କର ଦେଶରେ ମୃତ୍ୟୁ ଘଟିଥିବାବେଳେ ଦେଶରେ ମୃତକଙ୍କ ସଂଖ୍ୟା ୨୪୧୫ ହୋଇଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ତେବେ ବୁଧବାର ସକାଳେ ପ୍ରକାଶ ପାଇଥିବା କରୋନା ରିପୋର୍ଟ ଅନୁଯାୟୀ ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧,୦୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୪୨୭ ଛୁଇଁଛି। ରାଜ୍ୟରେ ଏବେ ୧୮,୩୮୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ସୂଚନା ରହିଛି। ସେହିଭଳି ରାଜ୍ୟରେ ୫,୧୨୫ ଜଣ ଆରୋଗ୍ୟ ହୋଇଥିବା ବେଳେ ମୋଟ୍ ୯୨୧ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ତୃତୀୟ ପର୍ଯ୍ୟାୟ ଲକଡାଉନ୍ ଶେଷ ହେବା ବେଳକୁ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ଅତିକ୍ରମ କରିଥିବ ବୋଲି ଆକଳନ କରାଯାଉଛି।



from Odisha Reporter https://ift.tt/3dJaEpk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages