ନିମିଷେକେ ଜଳିଗଲା ୯ ବଖରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 29, 2020

ନିମିଷେକେ ଜଳିଗଲା ୯ ବଖରା

ଆଳି(ବନମାଳି ସାହୁ): କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ  ବାରୁଣାଡିହା ଗାଁରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୯ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏଥି ସହ ୨ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଶୋଇ ପଡ଼ିଥିବା ବେଳେ ହଠାତ ଅଗ୍ନିକାଣ୍ଡ ଘଟିଥିଲା।

କେହି କିଛି ବୁଝିବା ପୂର୍ବରୁ ନିମିସକ ମଧ୍ୟରେ ନିଆଁ ଚାରି ଆଡ଼େ ବ୍ୟାପି ଯାଇଥିଲା  ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ଜଳି ପୋଡି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ୧୫ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଏହି ଅଗ୍ନିକାଣ୍ଡ ଯୋଗୁ ୮ଟି ପରିବାର ଏକ ପ୍ରକାର ବାସହରା ହୋଇପଡିଛି।

ଅନ୍ୟପଟେ ରାଜକନିକା ଅତିରିକ୍ତ ତହସିଲଦାର ଘଟଣାସ୍ଥଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଖୁବ ଶୀଘ୍ର ବିପନ୍ନମାନଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।



from Odisha Reporter https://ift.tt/2TUbXtR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages