ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ, ୧୫ ଶହ ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 25, 2020

ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ, ୧୫ ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଭ୍କ ସଂଖ୍ୟା ୧୫୧୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୪୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୬୧ ଜଣ ଚିକିତ୍ସାଧୀନ ଅଛନ୍ତି।

୭୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସୋନପୁରର ଅଛନ୍ତି। ଏହା ସହିତ ସୋନପୁର ଜିଲ୍ଲାରକୁ କରୋନା ଛୁଇଁଛି। ଏହା ସହିତ ରାଜ୍ୟର ୨୯ଟି ଜିଲ୍ଲାରେ କରୋନା ଭୂତାଣୁ ପ୍ରବେଶ କରିଛି।

ଏହି ୭୯ ଜଣଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୬ ଜଣ ଅଛନ୍ତି। ସେହିପରି ବଲାଙ୍ଗିରରୁ ୧୪ ଜଣ, କେନ୍ଦୁଝରରୁ ୮, କନ୍ଧମାଳରୁ ୭
କେନ୍ଦ୍ରାପଡ଼ାରୁ ୬, ଗଞ୍ଜାମରୁ ୫, ନୟାଗଡ଼ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି।  ବାଲେଶ୍ୱର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୨,  ଅନୁଗୁଳ ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

କଟକ ଜିଲ୍ଲାରେ ନୂଆ ୧୬ ଚିହ୍ନଟ ହେବା ପରେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ମାତ୍ର ୩ ଜଣ ସୁସ୍ଥ ହୋଇଛନ୍ତି। ବଲାଙ୍ଗିରରେ ୧୪ ଜଣ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୩୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ମାତ୍ର ୨ ଜଣ ସୁସ୍ଥ ହୋଇଛନ୍ତି। କେନ୍ଦୁଝରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ (୪ ସୁସ୍ଥ, ୧୭ ଚିକିତ୍ସାଧୀନ)କୁ ବୃଦ୍ଧି ପାଇଛି। କନ୍ଧମାଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ (ସମସ୍ତେ ଚିକିତ୍ସାଧୀନ)କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ସହିତ କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ଢେଙ୍କନାଳରେ ମୋଟ କରୋନ ରୋଗୀଙ୍କ ସଂଖ୍ୟା ଯଥାକ୍ରମେ ୬୧ (୨୨ ସୁସ୍ଥ), ୩୫୮ (୨୪୮ ସୁସ୍ଥ), ୪୮ (୪ ସୁସ୍ଥ) ଓ ୭ (୧ ସୁସ୍ଥ)ରେ ପହଞ୍ଚିଛି।

ବାଲେଶ୍ୱର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଏଠାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଯଥାକ୍ରମେ ୧୩୭ (୯୧ ସୁସ୍ଥ), ୮୬ (୫୧ ସୁସ୍ଥ) ଓ ୮୫ (୧୪ ସୁସ୍ଥ)ରେ ପହଞ୍ଚିଛି।

୨ ନୂଆ ଆକ୍ରାନ୍ତଙ୍କ ସହିତ ଯାଜପୁର ଜିଲ୍ଲାରେ ମୋଟ ସଂଖ୍ୟା ୨୪୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦୩ ଜଣ ସୁସ୍ଥ ହୋଇସାରିଛନ୍ତି।



from Odisha Reporter https://ift.tt/2ZzJVri

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages