ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦୦ ଟପିଲା, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 19, 2020

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦୦ ଟପିଲା, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଟପି ଯାଇଛି। ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୭ ସୁସ୍ଥ ହୋଇସାରିଛନ୍ତି। ୭୩୯ ଜଣ ଚିକିତ୍ସାଧୀନ ଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି।

କରୋନାରେ ପ୍ରାଣ ହରାଇଥିବା ୬ ନମ୍ବର ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର। ତାଙ୍କୁ ୭୦ ବର୍ଷ ହୋଇଥିଲା। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚି ଯାଇଛି। ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରେ ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ବୌଦ୍ଧରୁ ସର୍ବାଧିକ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୧ଜଣ, କଟକରୁ ୯, ଖୋର୍ଦ୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୨, ମାଲକାନଗିରିରୁ ୨, ବାଲେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହି ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ବାକି ୨ ଜଣ ସ୍ଥାନୀୟ ଅଞ୍ଚଳର।

ମାଲକାନଗିରିରେ ୨ ଜଣ କରୋନା ପଜିଟିଜ୍ ଚିହ୍ନଟ ହେବା ସହିତ ଏହି ଜିଲ୍ଲାରେ କରୋନା ପ୍ରବେଶ କରିଛି। ଏହା ସହିତ ରାଜ୍ୟର ୨୪ଟି ଜିଲ୍ଲାରେ କରୋନା ପହଞ୍ଚି ଯାଇଛି।



from Odisha Reporter https://ift.tt/2Tmh9qd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages