ବାତ୍ୟା ‘ଅମ୍ଫାନ’; ୨୦ରେ ଛୁଇଁବ ସ୍ଥଳ ଭାଗ, କାଲିଠୁ ପ୍ରବଳ ବର୍ଷା, ପବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 16, 2020

ବାତ୍ୟା ‘ଅମ୍ଫାନ’; ୨୦ରେ ଛୁଇଁବ ସ୍ଥଳ ଭାଗ, କାଲିଠୁ ପ୍ରବଳ ବର୍ଷା, ପବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟାର ରୂପ ନେଇ ସାରିଥିବା ‘ଅମ୍ଫାନ’ ଆଜି ପୂର୍ବାହ୍ନରେ ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ଏହାପରେ ଆସନ୍ତାକାଲି ଅର୍ଥାତ  ୧୮ ତାରିଖ ସକାଳ ସୁଦ୍ଧା ଏହା ଭେରି ସିଭିଅର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇପାରେ ।

ଏହି ବାତ୍ୟା ୧୮ରୁ ୨୦ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳ ଆଡ଼େ ମୁହାଁଇବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରୁଛି । ତେବେ ପ୍ରକୃତରେ ଏହା କେଉଁଠି ଲ୍ୟାଣ୍ଡଫଲ୍ କରିବ ସେନେଇ ଏବେ ବି ସ୍ଥିତି ଅସ୍ପଷ୍ଟ ରହିଛି ।  ଏହା ପାରାଦୀପଠାରୁ ଏକ ହଜାର କିଲୋମିଟର ଦକ୍ଷିଣ, ଦୀଘାଠାରୁ ୧୧୬୦ କିଲୋମିଟର ଦକ୍ଷିଣ- ଦକ୍ଷିଣ ପଶ୍ଚିମ ଦୂରରେ ରହିଛି । ଏହି ବାତ୍ୟା ୨୦ ତାରିଖରେ ସ୍ଥଳଭାଗ ଛୁଇଁବା ଆକଳନ କରାଯାଉଛି।

ବାତ୍ୟା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ବର୍ଷାର ପରିମାଣ ୧୯ରେ ବଢ଼ିବ ଓ ୨୦ ତାରିଖରେ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିବ । ୧୮ରୁ ୨୦ ତାରିଖ ଯାଏଁ ପବନର ବେଗ ମଧ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ମିଳିଥିବା ସୂଚନା ଅନୁସାରେ, ବାତ୍ୟା ପ୍ରଭାବରେ ୧୮ ତାରିଖରୁ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଜୋର୍ ପବନ ବହିବା ସମ୍ଭାବନା ରହିଛି। ହେଲେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୧୮ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ୧୯ ତାରିଖରୁ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ସମସ୍ତ ଉପକୂଳ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

୨୦ ତାରିଖରେ କେବଳ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।  ୧୮ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର, ୧୯ରେ ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ୪୫ରୁ ୫୫ କିଲୋମିଟର ଏବଂ ୨୦ ତାରିଖ ସକାଳେ ଉତ୍ତର ଓଡ଼ିଶାରେ ୭୫ରୁ ୮୫ କିଲୋମିଟର କିମ୍ବା ତା ଠୁ ଅଧିକ ବେଗରେ ପବନ ବହିପାରେ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।



from Odisha Reporter https://ift.tt/3fWhdGR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages