ସାଗର ଦ୍ୱୀପ ଓ ହାଟିଆ ଦ୍ୱୀପ ମଝିରେ ଉପକୂଳ ଛୁଇଁବ ‘ଅମ୍ଫାନ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 16, 2020

ସାଗର ଦ୍ୱୀପ ଓ ହାଟିଆ ଦ୍ୱୀପ ମଝିରେ ଉପକୂଳ ଛୁଇଁବ ‘ଅମ୍ଫାନ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପାରାଦୀପଠାରୁ ଦକ୍ଷିଣକୁ ୯୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବାତ୍ୟା ‘ଅମ୍ଫାନ’ ଆଉ ୬ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ ।  ୧୨ ଘଣ୍ଟା ପରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେବ ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ ସୂଚନା ଦେଇଛି । ତା ପରେ ଗତି ପରିବର୍ତ୍ତନ କରି ଉତ୍ତର- ଉତ୍ତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଅତିକ୍ରମ କରିବ ।

ତେବେ ୨୦ ତାରିଖ ଅପରାହ୍ନ ବା ସଂଧ୍ୟା ଭିତରେ ସାଗର ଦ୍ୱୀପ ଓ ହାଟିଆ ଦ୍ୱୀପ ମଝିରେ ଉପକୂଳ ଛୁଇଁବ ବୋଲି ପୂର୍ବନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି ୧୮୦ରୁ ୨୦୦ କିଲୋମିଟର ରହିବ ।   ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରି ଏବେ  ବାଲେଶ୍ୱରର ଦୀଘାଠାରୁ ଦକ୍ଷିଣ- ଦକ୍ଷିଣ ପଶ୍ଚିମକୁ ୧୨୬୦ କିଲୋମିଟର ଦୂରରେ ରହିଛି ଏହି ସାମୁଦ୍ରିକ ଝଡ଼।

ମିଳିଥିବା ସୂଚନା ଅନୁଯାୟୀ, ବାତ୍ୟା ‘ଅମ୍ଫାନ’ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ପରିମାଣ ୧୯ରେ ବଢ଼ିବ ଓ ୨୦ ତାରିଖରେ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ଜାରି ରହିବ। ୧୮ରୁ ୨୦ ତାରିଖ ଯାଏଁ ପବନର ବେଗ ମଧ୍ୟ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବାତ୍ୟା ପ୍ରଭାବରେ ୧୮ ତାରିଖରୁ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଜୋର୍ ପବନ ବହିବା ସମ୍ଭାବନା ରହିଛି। ହେଲେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୧୮ ତାରିଖରେ ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରୁ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ସମସ୍ତ ଉପକୂଳ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖରେ କେବଳ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।  ୧୮ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର, ୧୯ରେ ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ୪୫ରୁ ୫୫ କିଲୋମିଟର ଏବଂ ୨୦ ତାରିଖ ସକାଳେ ଉତ୍ତର ଓଡ଼ିଶାରେ ୭୫ରୁ ୮୫ କିଲୋମିଟର କିମ୍ବା ତା’ଠୁ ଅଧିକ ବେଗରେ ପବନ ବହିପାରେ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।



from Odisha Reporter https://ift.tt/2y84ijW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages