ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚି ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲ୍ଲାର। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଉଭୟ ଭୁବନେଶ୍ୱରର ବାସିନ୍ଦା ଥିଲେ।
ଗଞ୍ଜାମରେ ଜଣେ କରୋନା ଆକ୍ରାନ୍ତ ମୃତ୍ୟୁ ଘଟିଥିବା ବେଳେ ଆହୁରି ୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ (ମୃତକଙ୍କୁ ମିଶାଇ)ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ଏବେ ୧୧୭ ଜଣ ଚିକିତ୍ସାଧୀନ ରହିଛନ୍ତି।
ସେହିପରି ରାଜ୍ୟର ମୋଟ ୩୫୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୨୮୧ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଏପ୍ରିଲ୍ ୬ ତାରିଖରେ ରାଜ୍ୟରେ କରୋନାରେ ପ୍ରଥମେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଏହା ପରେ ଗତ ୫ ତାରିଖରେ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା।
from Odisha Reporter https://ift.tt/35PTaVh
No comments:
Post a Comment