ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 16, 2020

ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟ): ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୯୬ ଜଣ ସୁସ୍ଥ ହୋଇଥିବା ବେଳେ ୬୨୭ ଜଣ ଚିକିତ୍ସାଧୀନ ଅଛନ୍ତି।

ପୂର୍ବରୁ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରେ ଦୁଇ ଜଣ ଖୋର୍ଦ୍ଧାର ଓ ଜଣେ ଗଞ୍ଜାମ ଜିଲ୍ଲାର ଥିଲେ। ଏବେ ଗଞ୍ଜାମ ଜିଲ୍ଲାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଉଭୟ ହେଉଛନ୍ତି ପୁରୁଷ। ସେମାନଙ୍କ ବୟସ ଯଥାକ୍ରମେ ୩୮ ଓ ୪୫ ବର୍ଷ ଥିଲା। ସେମାନେ ସୁରତରୁ ଫେରିଥିଲେ। ଏହା ସହିତ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି।

ସେହିପରି ପ୍ରଥମ ଥର ପାଇଁ ସମ୍ବଲପୁର ଜିଲ୍ଲାକୁ ଛୁଇଁଛି କରୋନା। ରାଜ୍ୟରେ ନୂତନ ଭାବେ ଚିହ୍ନଟ ୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସମ୍ବଲପୁର ଜିଲ୍ଲାର ଅଛନ୍ତି।

ଏହି ୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୮୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ସେହିପରି ଜଣେ ସରପଞ୍ଚଙ୍କ ନମୁନା ପଜିଟିଭ୍ ଆସିଛି। ସେ ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଆଉ ଦୁଇ ପଜିଟିଭ୍ ଅନ୍ୟ ସୂତ୍ରରୁ ଆସିଛନ୍ତି।

ଗଞ୍ଜାମରେ ସର୍ବାଧିକ ୨୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୦ ଜଣ ସୁସ୍ଥ ହୋଇଛନ୍ତି। ୨୫୯ ଜଣ ଚିକିତ୍ସାଧୀନ ଅଛନ୍ତି। ଯାଜପୁରରେ ୧୨୧ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୫୨ ଜଣ ସୁସ୍ଥ ହୋଇଛନ୍ତି ଓ ୬୯ ଜଣ ଚିକିତ୍ସାଧୀନ ରହିଛନ୍ତି। ବାଲେଶ୍ୱରରେ ୧୧୯ ଜଣ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ ୨୧ ଜଣ ସୁସ୍ଥ ଅଛନ୍ତି ଓ ବାକିମାନଙ୍କ ଚିକିତ୍ସା ଚାଲିଛି।



from Odisha Reporter https://ift.tt/2zJ0nuw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages