‘ଅମ୍ଫାନ’ ପାଇଁ ଭଦ୍ରକର ତିନୋଟି ଅଞ୍ଚଳରେ ହାଇଆଲର୍ଟ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 18, 2020

‘ଅମ୍ଫାନ’ ପାଇଁ ଭଦ୍ରକର ତିନୋଟି ଅଞ୍ଚଳରେ ହାଇଆଲର୍ଟ ଜାରି

ଭଦ୍ରକ (ପାର୍ଥ ସାରଥୀ ନାୟକ): ମହାବାତ୍ୟା ‘ଅମ୍ଫାନ’ ପାଇଁ ଭଦ୍ରକ ଜିଲ୍ଲାର ବାସୁଦେବପୁର, ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ଏନେଇ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ପ୍ରବଳ ପବନ ସମ୍ଭାବନା ଥିବା ଦୃଷ୍ଟିରୁ ବାସୁଦେବପୁର, ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ସଂପୃକ୍ତ ଅଞ୍ଚଳରୁ ବହୁ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ସ୍ଥାନାନ୍ତର ପ୍ରକ୍ରିୟାରେ ଏନ୍‌ଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି।

ସୂଚନାଯୋଗ୍ୟ, ମହାବାତ୍ୟାର ରୂପ ନେବା ପରେ ‘ଅମ୍ଫାନ’ ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି। ଏହା ଏବେ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ସେହିପରି ଦୀଘା ଠାରୁ ୭୨୦ କିଲୋ ମିଟର ଦୂରରେ ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଜାରି ହୋଇଥିବା ବୁଲେଟିନରେ ଏ ନେଇ ସୂଚନା ଦିଆଯାଇଛି।



from Odisha Reporter https://ift.tt/2LC0drx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages