ଅବପାତର ରୂପ ନେଲା ଲଘୁଚାପ, ସନ୍ଧ୍ୟାରେ ହେବ ସାମୁଦ୍ରିକ ଝଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 15, 2020

ଅବପାତର ରୂପ ନେଲା ଲଘୁଚାପ, ସନ୍ଧ୍ୟାରେ ହେବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଲା । ଆଜି ଅପରାହ୍ନ ୫ଟା ୩୦ ସୁଦ୍ଧା ସାମୁଦ୍ରିକ ଝଡ଼ ରୂପ ନେବା ସମ୍ଭାବନା ରହିଛି। ଏହାପରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ।

ବାତ୍ୟା ‘ଅମ୍ଫାନ’ ଯୋଗୁଁ ଉତ୍ତର ଉପକୂଳ ଓଡ଼ିଶା ପ୍ରଭାବିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି। ତେବେ ପାରାଦୀପଠାରୁ ୧୧୦୦ କିମି ଦୂରରେ ଥିବା ଏହି ବାତ୍ୟା କେଉଁଠି ଲ୍ୟାଣ୍ଡଫଲ୍ କରିବ କିଛି ସ୍ପଷ୍ଟ ହୋଇନାହିଁ।

ବାତ୍ୟା ‘ଅମ୍ଫାନ’ ଏବେ  ପଶ୍ଚିମବଙ୍ଗ ଦିଘାଠୁ ୧୨୫୦, ବାଂଲାଦେଶଠୁ ୧୩୩୦ କିମି ଦୂରରେ ଅଛି। ଆସନ୍ତାକାଲି ସନ୍ଧ୍ୟା ପରେ ତାହା ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୧୮ରୁ ୨୦ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଦେଇ ଗତି କରିବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ।

ଏହା ପ୍ରଭାବରେ ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ଓ ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।



from Odisha Reporter https://ift.tt/2LA2NOy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages