ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 9, 2020

ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଯାଇଛି। କ୍ୟାନସରରେ ପୀଡ଼ିତ ଥିବା ସୁବାସ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା।

ସୁବାସ ଚୌହାନ ଲିଭର୍ କ୍ୟାନସରରେ ପୀଡ଼ିତ ଥିଲେ। ଗତ ୩୦ ତାରିଖରୁ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ। ଆଜି ରାତି ୩ଟା ୫ରେ ସୁବାସଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ।

ସୁବାସ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ୍)ରେ ପ୍ରାୟ ୩୦ ବର୍ଷ ହେଲା କାମ କରିଛନ୍ତି। ଏମିତିକି ସେ ସଂଘ ପ୍ରଚାରକ ଭାବରେ କାମ କରି ହିନ୍ଦୁ ଜାଗରଣ ସାମ୍ମୁଖ୍ୟ, ବଜରଙ୍ଗ ଦଳର ସକ୍ରିୟ ସଦସ୍ୟ ଭାବେ କାମ କରିଛନ୍ତି।

ପରେ ସେ ରାଜନୀତିରେ ପାଦ ଥାପି ବିଜେପିରେ ସାମିଲ ହୋଇଥିଲେ। ୨୦୧୪ ନିର୍ବାଚନରେ ସେ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ୱନ୍ଦିତା କରିଥିଲେ ଏବଂ ୩ ଲକ୍ଷ ୭୨ ହଜାର ଭୋଟ ପାଇଥିଲେ।



from Odisha Reporter https://ift.tt/2Wjch7h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages