‘କରୋନା ଆକ୍ରାନ୍ତଙ୍କ ପରିଚୟ ଗୋପନ ରଖ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 29, 2020

‘କରୋନା ଆକ୍ରାନ୍ତଙ୍କ ପରିଚୟ ଗୋପନ ରଖ’

କଟକ(ଓଡ଼ିଶା ରିପୋର୍ଟର): କରୋନାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପରିଚୟ ପ୍ରଘଟ ହୋଇପାରିବ ନାହିଁ। ଏଭଳି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କରୋନାରେ ଆକ୍ରାନ୍ତ ହୋଇ ଯଦି କୌଣସି ବ୍ୟକ୍ତି ସରକାରୀ ହେଉ କି ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି, କିମ୍ବା କୌଣସି କ୍ୱାରେଣ୍ଟାଇନ ସେଣ୍ଚରେ ରହୁଥାନ୍ତି,  ତେବେ ତାଙ୍କ ପରିଚୟ ପ୍ରଘଟ କରାଯାଇପାରିବ ନାହିଁ। ଏପରିକି ସରକାରୀ ବିଭାଗ ମଧ୍ୟରେ ହେଉଥିବା ଚିଠି ଦିଆନିଆରେ ବି ଆକ୍ରାନ୍ତଙ୍କ ନାମ ଗୋପନ ରଖାଯିବ।

ଏହାସହ ଗଣମାଧ୍ୟମ ଓ ସୋଶାଲ ମିଡିଆରେ ବି କରୋନା ସଂକ୍ରମିତଙ୍କ ପରିଚୟ ଦିଆଯାଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି।
ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏସଂପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ଜୁନ ୪ ତାରିଖରେ ହେବ ।



from Odisha Reporter https://ift.tt/36H30sY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages