ପ୍ରବାସୀଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ; ଟ୍ରକ୍ ସହ ହେଲା ମୁହାଁମୁହିଁ ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 25, 2020

ପ୍ରବାସୀଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ; ଟ୍ରକ୍ ସହ ହେଲା ମୁହାଁମୁହିଁ ଧକ୍କା

ବାଲିଗୁଡ଼ା (ଅଜିତ କୁମାର ନାୟକ): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଆଉ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ମୁଣ୍ଡିଗଡ଼ ନିକଟରେ ୫୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଉଭୟ ବସ୍ ଓ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଜଣେ ପ୍ରବାସୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ କନ୍ଧମାଳ ଜିଲ୍ଲା ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ବସ୍‌ଟିରେ ୪୭ ଜଣ ପ୍ରବାସୀ ଥିଲେ। ସେମାନେ ଗୋଆରୁ ଟ୍ରେନ୍ ଯୋଗେ ଆସି କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଓହ୍ଲାଇଥିଲେ। ସେଠାରୁ ସେମାନେ ବସ୍‌ ଯୋଗେ ଗଞ୍ଜାମ ଅଭିମୁଖେ ଆସୁଥିଲେ। ତେବେ ବିଳମ୍ବିତ ରାତିରେ ମୁଣ୍ଡିଗଡ଼ ନିକଟରେ ଏକ ଟ୍ରକ୍ ସହିତ ବସ୍‌ଟିର ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣାଗ୍ରସ୍ତ ଟ୍ରକ୍

ତୁମୁଡ଼ିବନ୍ଧ ପୁଲିସ୍ ଓ ସ୍ଥାନୀୟ ପ୍ରଶାସନ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌ରୁ ପ୍ରବାସୀମାନଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ଜଲେଶପଟା ଆଶ୍ରମରେ କରାଯାଇଥିବା କ୍ୱାରେଣ୍ଟାଇନ୍ ସେଣ୍ଟରରେ ସୁରକ୍ଷିତ ଭାବେ ରଖାଯାଇଛି।



from Odisha Reporter https://ift.tt/2ywP1tc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages