ବିହାରରେ ଗୋଟିଏ ଦିନରେ ୧୧୮ ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 12, 2020

ବିହାରରେ ଗୋଟିଏ ଦିନରେ ୧୧୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ମଙ୍ଗଳବାର ରାତି ସୁଦ୍ଧା ବିହାରରେ ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୭୯ ହୋଇଛି। ଏ ନେଇ ବିହାର ସ୍ୱାସ୍ଥ୍ୟ ବିଭାଗର ସଚିବ ସଞ୍ଜୟ କୁମାର ସୂଚନା ଦେଇଛନ୍ତି। ମଙ୍ଗଳବାର ପାଟନାରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସେ କହିଛନ୍ତି।

ସେହିପରି ମଧ୍ୟପ୍ରଦେଶରେ ମଧ୍ୟ କରୋନା ଆହୁରି ପ୍ରକୋପ ଦେଖାଉଛି। ମଙ୍ଗଳବାର ୯୧ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୭କୁ ଛୁଇଁଛି। ମଙ୍ଗଳବାର ୩ ଜଣଙ୍କର ମୃତ୍ୟୁ ହେବା ପରେ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୯୫କୁ ବୃଦ୍ଧି ପାଇଛି ବୋଲି ଇନ୍ଦୋର ସ୍ୱାସ୍ଥ୍ୟ ସଚିବ ପ୍ରବୀଣ ଜଦିଆ କହିଛନ୍ତି।

ମହାରାଷ୍ଟ୍ରରେ ମଙ୍ଗଳବାର ଗୋଟିଏ ଦିନରେ ୧,୦୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫୭ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୩୩୯ ଜଣ ଆରୋଗ୍ୟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪, ୪୨୭ ଛୁଇଁଛି। ୫,୧୨୫ ଜଣ ଆରୋଗ୍ୟ ହୋଇଥିବା ବେଳେ ୧୮,୩୮୧ ଜଣ ଚିକିତ୍ସାଧୀନ ରହିଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦, ୭୫୬ ଛୁଇଁଛି। ୪୬,୦୦୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା ବେଳେ ୨୨,୪୫୫ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ମୃତକଙ୍କ ସଂଖ୍ୟା ୨,୨୯୩ ଛୁଇଁଛି।



from Odisha Reporter https://ift.tt/2T2iVMX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages