୪୮ ନୂଆ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଲେ ସରକାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 17, 2020

୪୮ ନୂଆ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଲେ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଥିବା ବେଳେ ନୂତନ ଭାବେ ଚିହ୍ନଟ ୪୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏନେଇ ଟ୍ୱିଟ୍ କରାଯାଇଛି। ୪୮ ଜଣଙ୍କ ମଧ୍ୟରୁ ୪୭ ଜଣ ବାହାର ରାଜ୍ୟରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ଏହି ସୂଚନା ଅନୁଯାୟୀ, କନ୍ଧମାଳ ଜିଲ୍ଲାରେ ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ତାମିଲନାଡୁରୁ ଫେରିଥିଲେ। ସେମାନେ ସମସ୍ତେ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ।

ପୁରୀର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ତାମିଲନାଡ଼ୁରୁ ଓ ଜଣେ ଆନ୍ଧ୍ର ପ୍ରଦେଶରୁ ଫେରିଥିଲେ ଏବଂ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର।


ଯାଜପୁରରେ ନୂତନ ଭାବେ ଚିହ୍ନଟ ୧୬ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ ପଶ୍ଚମବଙ୍ଗରୁ, ଜଣେ ତେଲେଙ୍ଗାନାରୁ, ୪ ଜଣ ଆନ୍ଧ୍ର ପ୍ରଦେଶରୁ ଓ ୪ ଜଣ ଅହମଦାବାଦରୁ ଫେରିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ।

କଟକରେ ଚିହ୍ନଟ ଜଣେ ବ୍ୟକ୍ତି ମହାରାଷ୍ଟ୍ରରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସେହିଭଳି ବୌଦ୍ଧରେ ଜଣେ ଓ ବଲାଙ୍ଗିରରେ ୨ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନେ ସୁରତରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ନୟାଗଡ଼ରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନେ ଅହମଦାବାଦ୍‌ରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ।


କେନ୍ଦ୍ରାପଡ଼ାରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ପଶ୍ଚିମବଙ୍ଗର ଓ ସେମାନେ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଖୋର୍ଦ୍ଧାରେ ପୁଣି ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେ ସୁରତରୁ ଫେରି କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ।

ଗଞ୍ଜାମର ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ ସୁରତରୁ ଓ ଜଣେ ବେଙ୍ଗାଲୁରୁ ଫେରିଥିଲେ। ସମସ୍ତେ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ।


୧୫ଟି ନୂଆ କେସ୍ ସହିତ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୯ ଜଣ ସୁସ୍ଥ ହୋଇଥିବା ବେଳେ ୨୫୬ ଜଣ ଚିକିତ୍ସାଧୀନ ଅଛନ୍ତି ଓ ୨ ଜଣଙ୍କ ତ୍ୟୁ ଘଟିଛି।

ପୁଣି ୧୬ ଜଣ ଆକ୍ରାନ୍ତ ହେବା ପରେ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ ହୋଇଛି। ସେମାନଙ୍କ ମଧ୍ୟରୁ ୫୫ ଜଣ ସୁସ୍ଥ ହୋଇଥିବା ବେଳେ ୮୨ ଜଣ ଚିକିତ୍ସାଧୀନ ଅଛନ୍ତି।

ପୁରୀରେ ଆଉ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ମାତ୍ର ଜଣେ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ାରେ ବି ଆହୁରି ୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ମାତ୍ର ୨ ଜଣ ସୁସ୍ଥ ହୋଇଛନ୍ତି। ନୟାଗଡ଼ରେ ୨ ନୂଆ କେସ୍ ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚି ଯାଇଛି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ବଲାଙ୍ଗିରରେ ଆଉ ୨ ଆକ୍ରାନ୍ତଙ୍କ ସହିତ ଏହି ସଂଖ୍ୟା ୬ରେ ପହଞ୍ଚି ଯାଇଛି। ଏଠାରେ ବି କେହି ସୁସ୍ଥ ହୋଇନାହାନ୍ତି।

କନ୍ଧମାଳରେ ପ୍ରଥମ ଥର ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୌଦ୍ଧ, କଟକ ଓ ଖୋର୍ଦ୍ଧାରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ଯଥାକ୍ରମେ ୫, ୨୩ ଓ ୬୦ରେ ପହଞ୍ଚିଛି। ଖୋର୍ଦ୍ଧାର ୬୦ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ ସୁସ୍ଥ ହୋଇସାରିଛନ୍ତି। କଟକରେ ୨ ଜଣ ସୁସ୍ଥ ହୋଇଥିବା ବେଳେ ବୌଦ୍ଧରେ ସମସ୍ତେ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/3cIwbyf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages