ବରଗଡ଼ରେ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 27, 2020

ବରଗଡ଼ରେ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ

ବରଗଡ଼(ଦୀପକ ଶର୍ମା): ବରଗଡ ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପଜିଟିଭ ଚିହ୍ନଟ ହୋଇଥିବା ଆକ୍ରାନ୍ତଜଣଙ୍କ ବରପାଲି ବ୍ଲକର ବୋଲି ବରଗଡ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହି ଆକ୍ରାନ୍ତଙ୍କ ବୟସ ୪୦ ବର୍ଷ ହୋଇଥିବା ବେଳେ କିଛି ଦିନ ତଳେ ସେ ମୁମ୍ବାଇରୁ ଫେରିଥିଲେ ।  ପୂର୍ବରୁ ବରଗଡ ଜିଲ୍ଲାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଏହି  ସଂଖ୍ୟା ୨ରେ ପହଞ୍ଚିଛି।

ବରଗଡ଼ ଜିଲ୍ଲାକୁ ଏ ପର୍ଯ୍ୟନ୍ତ ୬ ହଜାର ପ୍ରବାସୀ ବାହାର ରାଜ୍ୟରୁ ଆସିଲେଣି। ଆହୁରି ୨୯ ହଜାର ପ୍ରବାସୀ ଆସିବା ନିମନ୍ତେ ରେଜିଷ୍ଟ୍ରେଶନ କରିଛନ୍ତି। ତେଣୁ  ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା ଦେଖାଦେଇଛି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୭୫ ଜଣ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।  ୮୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ କରୋନା ଯୋଗୁ ରାଜ୍ୟରେ ୭ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।

 



from Odisha Reporter https://ift.tt/3es9UVS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages