ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୧ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ତେବେ ଆଜି କରୋନାରେ ମୃତ୍ୟୁ ଘଟିଥିବା ଆକ୍ରାନ୍ତଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ଗଞ୍ଜାମରେ ପୂର୍ବରୁ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ୩ ଛୁଇଁଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ୩ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରେ ଜଣେ ଆଖି ବୁଜିଛନ୍ତି।
ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଥିବା ବେଳେ ୩୪୩ ଜଣ ସୁସ୍ଥ ହୋଇଛନ୍ତି। ୭୫୩ ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକତ୍ସାଧୀନ ଅଛନ୍ତି।
from Odisha Reporter https://ift.tt/3ga45Os
No comments:
Post a Comment