ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କା; ୨ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 13, 2020

ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କା; ୨ମୃତ

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୋନପୁର-ବଲାଙ୍ଗିର ରାସ୍ତାର ସିଆଲଜୁରୀ କୁକୁଡାଯୋର ସେତୁ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ।

ଆଜି ସକାଳେ ଏକ ସ୍କୁଟିରେ ୨ ଜଣ ବଲାଙ୍ଗିରରୁ ସୋନପୁର ଅଭିମୁଖେ ଯାଉଥିଲେ। ହେଲେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବାରୁ  ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର୍ ହୋଇଯାଇଛି।

ଖ‍ବର ପାଇ ସୋନପୁର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/3bvTqdo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages