ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବେଶ କଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 22, 2020

ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବେଶ କଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮୦ ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲ୍ଲାର ଜଣେ ଓ ଗଜପତି ଜିଲ୍ଲାର ୪ ଜଣ ଅଛନ୍ତି। ଏହା ସହିତ ଉଭୟ ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରଥମ ଥର ପାଇଁ ପ୍ରବେଶ କରିଛି କରୋନା ଭୂତାଣୁ। ସେହିପରି ରାଜ୍ୟର ୨୬ଟି ଜିଲ୍ଲାକୁ ଛୁଇଁଛି କରୋନା।

ନୂତନ ଭାବେ ଚିହ୍ନଟ ୮୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୯ ଜଣ ଥିବା ବେଳେ ଯାଜପୁରରୁ ୧୪, ବାଲେଶ୍ୱରରୁ ୩, ପୁରୀରୁ ୧୭, କଟକରୁ ଜଣେ, ସୁନ୍ଦରଗଡ଼ରୁ ୫, ନୟାଗଡ଼ରୁ ୫, ବଲାଙ୍ଗିରରୁ ୧, ମାଲକାନଗିରିରୁ ୫, କନ୍ଧମାଳରୁ ୨ ଓ ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

୧୯ ନୂଆ ଆକ୍ରାନ୍ତଙ୍କ ସହିତ ଗଞ୍ଜାମରେ ମୋଟ ସଂଖ୍ୟା ୩୪୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭୬ ଜଣ ଚିକିତ୍ସାଧୀନ ଥିବା ବେଳେ ୧୬୨ ଜଣ ସୁସ୍ଥ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।

ଯାଜପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୬୮ ଜଣ ଚିକିତ୍ସାଧୀନ ଅଛନ୍ତି। ବାଲେଶ୍ୱରରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୧୨୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪୨ ଜଣ ସୁସ୍ଥ ହୋଇସାରିଲେଣି।

ପୁରୀ ଜିଲ୍ଲାରୁ ଆଉ ୧୭ ଜଣ ଚିହ୍ନଟ ହୋଇଥିବା ବେଳେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ମାତ୍ର ୪ ଜଣ ସୁସ୍ଥ ହୋଇଥିବା ବେଳେ ୬୧ ଜଣ ଚିକିତ୍ସାଧୀନ ଅଛନ୍ତି। କଟକ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି। ଫଳରେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୭ରେ ପହଞ୍ଚି ଥିବା ବେଳେ ମାତ୍ର ୩ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ରୁ ପୁଣି ୫ ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩ରେ ପହଞ୍ଚିଥିବା ବେଳେ ୨୩ ଜଣ ସୁସ୍ଥ ହୋଇସାରିଲେଣି। ନୟାଗଡ଼ରୁ ବି ୫ ଜଣ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ମାତ୍ର ଜଣେ ସୁସ୍ଥ ହୋଇଛନ୍ତି। ବଲାଙ୍ଗିରରୁ ଜଣେ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୯ରେ ପହଞ୍ଚିଛି ଓ ସେମାନଙ୍କ ମଧ୍ୟରୁ ମାତ୍ର ୨ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ଜିଲ୍ଲାରୁ ୫ ଜଣ ଚିହ୍ନଟ ହେବା ପରେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚି ଯାଇଛି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। କନ୍ଧମାଳରୁ ୨ ଜଣ ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚି ଯାଇଛି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି।

ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଥିବା ବେଳେ ୪୩୬ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୨୬ ଜଣ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/2APb4fn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages