ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୮୪ ଛୁଇଁଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 8, 2020

ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୮୪ ଛୁଇଁଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହି ନୂଆ ୧୪ଟି କେସ୍‌ ମଧ୍ୟରୁ ୧୨ଟି ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଗୋଟିଏ ଭଦ୍ରକର ଓ ଆଉ ଗୋଟିଏ ସୁନ୍ଦରଗଡ଼ର। ଏହା ସହିତ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଞ୍ଚି ଯାଇଛି। ସେହିଭଳି ଭଦ୍ରକରେ ଏହି ସଂଖ୍ୟା ୨୫ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ୧୩ ହୋଇଛି।

ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ ନୂଆ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ଘର ତିହିଡ଼ି ବ୍ଲକ୍‌ରେ। ସେ ସୁରତରୁ ଫେରିଥିଲେ।

ସେହିପରି ସୁନ୍ଦରଗଡ଼ରେ ଚିହ୍ନଟ ଆକ୍ରାନ୍ତ ଜଣେ ପୁରୁଷ। ସେ ରାଉରକେଲାର। ତାଙ୍କୁ ରାଉରକେଲା କୋଭିଡ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏହା ସହିତ ତାଙ୍କର କଣ୍ଟାକ୍ଟ ଟ୍ରେସିଂ କାର୍ଯ୍ୟ ଆରମ୍ଭ କରାଯାଇଛି। ସୁନ୍ଦରଗ଼ଡ଼ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।

ଗଞ୍ଜାମରେ ୮୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ଭଦ୍ରକର ୨୫ ଜଣଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ୧୩ ଜଣ ଚିକିତ୍ସାଧୀନ ଅଛନ୍ତି। ସୁନ୍ଦରଗଡ଼ର ୧୩ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣ ଚିକିତ୍ସାଧୀନ ରହିଛନ୍ତି।

୮୩ ଆକ୍ରାନ୍ତଙ୍କ ସହିତ ଗଞ୍ଜାମ ଏବେ ରାଜ୍ୟରେ ତାଲିକାର ଶୀର୍ଷରେ ରହିଛି। ଏହା ପଛକୁ ରହିଛି ଯାଜପୁର। ଏଠାରେ ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାତ୍ର ଜଣେ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଥିବା ବେଳେ ୩୨ ଜଣ ସୁସ୍ଥ ହୋଇସାରିଛନ୍ତି। ୧୬ ଜଣ ଚିକିତ୍ସାଧୀନ ଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟି ସାରିଛି। ବାଲେଶ୍ୱରରେ ୨୭ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇଛନ୍ତି। କେନ୍ଦ୍ରାପଡ଼ାରେ ୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି। ଜଗତସିଂହପୁରରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ମୟୂରଭଞ୍ଜର ସମସ୍ତ ୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ବଲାଙ୍ଗିରରେ ୨ ଜଣ (ଚିକିତ୍ସାଧୀନ) କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରେ ୨ (ଜଣେ ସୁସ୍ଥ, ଜଣେ ଚିକିତ୍ସାଧୀନ), ଝାରସୁଗୁଡ଼ାରେ ୨ (ଚିକିତ୍ସାଧୀନ), କଳାହାଣ୍ଡିରେ ୨ (ସୁସ୍ଥ), କେନ୍ଦୁଝରରେ ୨ (ଚିକିତ୍ସାଧୀନ), ଦେବଗଡ଼ରେ ୧ (ଚିକିତ୍ସାଧୀନ), ଢେଙ୍କାନାଳରେ ୧ (ସୁସ୍ଥ), କୋରାପୁଟରେ ୧ (ଚିକିତ୍ସାଧୀନ) ଓ ପୁରୀରେ ୧ (ସୁସ୍ଥ) କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ମୋଟ ୨୮୪ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨୧୯ଟି କେସ୍ ସକ୍ରିୟ ଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।



from Odisha Reporter https://ift.tt/3drwCwI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages