ରେଢ଼ାଖୋଲା(ରମାକାନ୍ତ ମହାନନ୍ଦ): ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜର ଭେଟିଆଵେରେଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଦମୟନ୍ତୀ ଦେହୁରୀ।
ଗତକାଲି ସେ ତାଙ୍କ ଗାଁ ପାଖ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ହେଲେ ପତ୍ର ତୋଳୁଥିବା ବେଳେ ଏକ ହାତୀ ଆସି ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ହିଁ ଦମୟନ୍ତୀଙ୍କ ମୃତ୍ୟୁ ଘଟିଥିଲା। ତେବେ ଦମୟନ୍ତୀ ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ତାଙ୍କୁ ଖୋଜିବାକୁ ଜଙ୍ଗଲକୁ ଯାଇଥିଲେ। ଆଉ ସେଠାରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବର ପାଇ ନାକଟିଦେଉଳ ବନବିଭାଗ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି।
from Odisha Reporter https://ift.tt/3bXIoOc
No comments:
Post a Comment