୧୯ରୁ ପ୍ରବଳରୁ ଅତିପ୍ରବଳ ବର୍ଷା ! ଆଜି ବସିବ ସମୀକ୍ଷା ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 14, 2020

୧୯ରୁ ପ୍ରବଳରୁ ଅତିପ୍ରବଳ ବର୍ଷା ! ଆଜି ବସିବ ସମୀକ୍ଷା ବୈଠକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର। ବାତ୍ୟା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଜି ଏକ ସମୀକ୍ଷା ବୈଠକ କରିବେ। ଦିନ ସାଢ଼େ ୧୧ଟାରେ ଲୋକସେବା ଭବନରେ ଏହି ସମୀକ୍ଷା ବୈଠକ ହେବ। ଏଥିରେ ଯୋଗ ଦେବା ଲାଗି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା, ଉନ୍ନୟନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ପୁଲିସ ଡିଜି, ଅଗ୍ନିଶମ ବିଭାଗର ଡିଜି, ମୁଣ୍ଡଳିରେ ଥିବା ଏନ୍‌ଡିଆର୍‌ଏଫ୍‌ କମାଣ୍ଡାଣ୍ଟ ଓ ଭୁବନେଶ୍ୱର ଆଇଏମ୍‌ଡିର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶକଙ୍କୁ ଚିଠି ପଠାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଯୋଗେ ହେବାକୁ ଥିବା ଏହି ବୈଠକରେ ଯୋଗ ଦେବାକୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାପାଳଙ୍କୁ ମଧ୍ୟ ଚିଠି ଲେଖାଯାଇଛି।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୧୬ ତାରିଖ ସଂଧ୍ୟାରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ୧୮ ତାରିଖରୁ ସ୍ୱଳ୍ପରୁ ମଧ୍ୟମ ଏବଂ ୧୯ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ୧୭ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

୧୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହା ସହିତ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବ। ଉପକୂଳ ଅଞ୍ଚଳ ସହିତ କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ଓ ଘଡ଼ଘଡ଼ିସହ ବର୍ଷା ହେବ।

୧୯ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆଜି ଠାରୁ ଆଉ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।



from Odisha Reporter https://ift.tt/3cKKhPm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages