ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୨୧୦୪ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୧୨୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୬୯ ଜଣ ଚିକିତ୍ସାଧୀନ ଅଛନ୍ତି। ୭ ଜଣଙ୍କର ଏଥିରେ ମୃତ୍ୟୁ ଘଟିଛି। ଆଉ ୨ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲେ ବି ସେମାନଙ୍କର କରୋନା ଯୋଗୁ ପ୍ରାଣହାନୀ ହୋଇନଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।
ନୂତନ ଭାବେ ଚିହ୍ନଟ ୧୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ବାକି ୩ ଜଣ ସ୍ଥାନୀୟ ଅଞ୍ଚଳର। ୧୯ ଜିଲ୍ଲାରୁ ଏହି ୧୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୫୦ ଜଣ ଅଛନ୍ତି। ଏହା ସହିତ ଏହି ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮୨ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି କଟକରୁ ୨୦ ଜଣ, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୪, ଯାଜପୁର଼ରୁ ୧୧, କନ୍ଧମାଳରୁ ୯, ଭଦ୍ରକରୁ ୭ ଏବଂ
ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼ ଓ ନୂଆପଡ଼ାରୁ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ, ବରଗଡ଼, ସୋନପୁରରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, କେନ୍ଦୁଝର, ମାଲକାନଗିରିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।
from Odisha Reporter https://ift.tt/2TXVswX
No comments:
Post a Comment