ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୧୫୯୩ରେ ପହଞ୍ଚିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 26, 2020

ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୧୫୯୩ରେ ପହଞ୍ଚିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭୩୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି।

ନୂତନ ଭାବେ ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ ୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ୨ ଜଣ ସ୍ଥାନୀୟ ଅଞ୍ଚଳର।

୧୦ଟି ଜିଲ୍ଲାରୁ ଏହି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ବଲାଙ୍ଗିରରୁ ୧୬ ଜଣ ଥିବା ବେଳେ ଖୋର୍ଦ୍ଧା ଓ ନୂଆପଡ଼ାରୁ ୧୩ ଜଣ ଲେଖାଏଁ ଅଛନ୍ତି। ସେହିପରି କଟକରୁ ୧୧ ଜଣ ଥିବା ବେଳେ ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୬, ବାଲେଶ୍ୱର, ନୟାଗଡ଼ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବଲାଙ୍ଗିରରେ ୧୬ଟି ନୂଆ କେସ୍ ଆସିବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ କେବଳ ୨ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରେ ଆଉ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୯୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୪୧ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି। ନୂଆପଡ଼ା ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୧୪ରେ ପହଞ୍ଚିଛି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି।

କଟକରେ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ମୋଟ ସଂଖ୍ୟା ୮୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ମାତ୍ର ୧୦ ଜଣ ସୁସ୍ଥ ହୋଇଛନ୍ତି। ୧୦ ଟି ନୂଆ କେସ୍ ସହିତ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୭୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୩ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି।

ଜଗତସିଂହପୁରରେ ଆଉ ୬ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇଥିବା ବେଳେ ବାକିମାନେ ଚିକିତ୍ସାଧୀନ ଅଛନ୍ତି।

ବାଲେଶ୍ୱର, ନୟାଗଡ଼ ଓ ସୁନ୍ଦରଗଡ଼ରେ ଆଉ ୨ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଯଥାକ୍ରମେ ୧୩୯ (୧୦୨ ସୁସ୍ଥ, ୩୭ ଚିକିତ୍ସାଧୀନ), ୫୦ (୬ ସୁସ୍ଥ, ୪୪ ଚିକିତ୍ସାଧୀନ) ଓ ୩୯ (୨୭ ସୁସ୍ଥ, ୧୨ ଚିକିତ୍ସାଧୀନ)ରେ ପହଞ୍ଚିଛି।

ମୟୂରଭଞ୍ଜରୁ ଜଣେ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୧ ଜଣ ସୁସ୍ଥ ଥିବା ବେଳେ ୫ ଜଣ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/3gpnZ8j

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages