ଚିହ୍ନଟ ହେଲେ ଆଉ ୭ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 23, 2020

ଚିହ୍ନଟ ହେଲେ ଆଉ ୭ ପଜିଟିଭ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲାରେ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଏନେଇ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି। ଫଳରେ ଜିଲ୍ଲାରେ ପଜିଟିଭ ସଂଖ୍ୟା ୧୬ରେ ପହଞ୍ଚିଛି।

ଆକ୍ରାନ୍ତଙ୍କ ମଧ୍ୟରୁ ଆଗଲପୁର ଓ ସଇଁତଳା ବ୍ଲକରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଲୋଇସିଂହା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ୭ ଜଣ ପୁରୁଷ ଓ ସମସ୍ତେ ବାହାର ରାଜ୍ୟରୁ ଫେରି କ୍ୱାରେଣ୍ଟାଇନ୍‌ କେନ୍ଦ୍ରରେ ଥିଲେ। ସେଠାରେ ସ୍ୱାବ ଟେଷ୍ଟ ପରେ ସେମାନେ କରୋନା ଆକ୍ରାନ୍ତ ବୋଲି ସ୍ପଷ୍ଟ ହୋଇଛି।

ଗତକାଲି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଥିଲା। ବଲାଙ୍ଗିରରେ ନୂଆ ୭ ପଜିଟିଭ ଚିହ୍ନଟ ପରେ ଏହି ସଂଖ୍ୟା ୧୨୭୬ ଛୁଇଁଥିବା ଜଣାଯାଇଛି।



from Odisha Reporter https://ift.tt/2zptuDd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages